oom

ବୌଦ୍ଧ ଜିଲ୍ଲାରେ ତୃତୀୟ ପର୍ଯ୍ୟାୟରେ ଋୂପାନ୍ତରିତ ହେବ ୩୧ଟି ହାଇସ୍କୁଲ

jsmm

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ଜିଲ୍ଲାରେ ୫ ଟି ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୧୦ଗୋଟି ଉଚ୍ଚ ବିଦ୍ୟାଳୟକୁ ରୂପାନ୍ତରିତ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୨୪ ଗୋଟି ବିଦ୍ୟାଳୟକୁ ରୂପାନ୍ତରିତ କରାଯାଇଥିଲା । ତୃତୀୟ ପର୍ଯ୍ୟାୟରେ ଆଉ ୩୧ଟି ଉଚ୍ଚ ବିଦ୍ୟାଳୟକୁ ରୂପାନ୍ତରିତ ଯୋଜନାରେ ସାମିଲ କରାଯିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏନେଇ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷଠାରେ ଆୟୋଜିତ ବୈଠକରେ ନୂତନ ଭାବରେ ରୂପାନ୍ତରିତ ବିଦ୍ୟାଳୟ ସଂପର୍କରେ ସୂଚନା ପ୍ରଦାନ କରାଯିବା ସହିତ ଆଗକୁ କିପରି କାର୍ଯ୍ୟ କରିବେ ସେ ସଂପର୍କରେ ନିର୍ଦ୍ଦେଶ ଦିଆଯାଇଥିଲା । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ରୂପାନ୍ତରିତ ହୋଇଥିବା ବିଦ୍ୟାଳୟ ଗୁଡିକର କାର୍ଯ୍ୟକୁ ଅନୁଶୀଳନ କରି ତୃତୀୟ ପର୍ଯ୍ୟୟ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ଶ୍ରୀ ମିଶ୍ର ପରାମର୍ଶ ଦେଇଥିଲେ । ରୂପାନ୍ତରିତ ଯୋଜନାରେ ସରକାରଙ୍କ ଆଭିମୁଖ୍ୟକୁ ବୁଝିବା ସହିତ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ନିଜେ ଶିକ୍ଷା ବିଭାଗର ଅଧିକାରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ବିଦ୍ୟାଳୟର ଆଲୁମିନି ସଦସ୍ୟମାନଙ୍କ ସହିତ ଆଲୋଚନା କରି ସଫଳ ଭାବରେ ଯୋଜନା କାର୍ଯ୍ୟକାରୀ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ରୂପାନ୍ତରିତ ଯୋଜନା ଅନୁଯାୟୀ ପ୍ରତ୍ୟେକ ବିଦ୍ୟାଳୟରେ ଇ-ଲାଇବ୍ରେରୀ, ଇ-ପରୀକ୍ଷାଗାର, ସ୍ୱଚ୍ଛ ଶୌଚାଳୟ, ସ୍ୱଚ୍ଛ ପାନୀୟ ଜଳ, ସ୍ମାର୍ଟ ଶ୍ରେଣୀକକ୍ଷ ନିର୍ମାଣ କରିବା ସହିତ ବିଦ୍ୟାଳୟର ସମ୍ମୁଖ ଦ୍ୱାର ଓ ପାରିପାଶ୍ୱିର୍କ ଉନ୍ନତିକୁ ନିଶ୍ଚିତ ଭାବରେ କରାଇବାକୁ ବୈଠକରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା । ଯେଉଁ ବିଦ୍ୟାଳୟଗୁଡିକର କାର୍ଯ୍ୟ ସଂପୂର୍ଣ୍ଣ ହୋଇସାରିଛି ତାହା ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯିବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଯୋଜନାରେ ଶିକ୍ଷା ବିଭାଗର ଶତ ପ୍ରତିଶତ ଦାୟିତ୍ୱ ରହିଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନେ ରୂପାନ୍ତରିତ କାର୍ଯ୍ୟକ୍ରମରେ ସହଯୋଗ କରିବାକୁ ଜିଲ୍ଲାପାଳ ଶ୍ରୀ ମିଶ୍ର ବୈଠକରେ ପରାମର୍ଶ ଦେଇଥିଲେ । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନି କୁମାର ମେହେର ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ ବୈଠଳର ଉଦ୍ଦେଶ୍ୟ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବବିତାରାଣୀ ଦଳବେହେରା, ଉପଜିଲ୍ଲାପାଳ ସନତ କୁମାର ନାଏକ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ, ବୌଦ୍ଧ ବ୍ଲକ ବିଡିଓ ଅବିନାଶ ପାଣ୍ଡିଆ, ହରଭଙ୍ଗା ବିଡିଓ ସ୍ମିତା ରଥ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ପ୍ରଦିପ୍ତ କୁମାର ମହାନ୍ତିଙ୍କ ଓ ବିଭାଗୀୟ ଅଧିକାରୀଙ୍କ ସମେତ ନୂତନ ଭାବରେ ରୂପାନ୍ତରିତ ଯୋଜନାରେ ସାମିଲ ହୋଇଥିବା ବିଦ୍ୟାଳୟ ଗୁଡିକର ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗ ଦେଇଥଲେ ।

jittmm
Leave A Reply

Your email address will not be published.