ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ସଇଁତଲା, (ଖୁସିରାନି ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗ ଅଧୀନସ୍ଥ ଶିଶକେଲା ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଯାଇଛି । ଉକ୍ତ ଉତ୍ସବରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯଦୁମଣି ସେଠଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ମାଳତୀ ରଣା, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଶିକ୍ଷା ଅଧିକାରୀ ନାରାୟଣ ଭୋଇ, ସମିତି ସଭ୍ୟ ଉମାକାନ୍ତ ରଣା, ସେକ୍ସନ ଅଫିସର ଅର୍ଜୁନ ପାଣିଗ୍ରାହୀ, ହାଇସ୍କୁଲର ପ୍ରଧାନ ଶିକ୍ଷକ ମନୋଜ ବେହେରା, ସିଆରସିସି ଉପେନ୍ଦ୍ର ନନ୍ଦ, ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ଭୋଇ ଓ ସ୍କୁଲ କମିଟି ସଭାପତି ଯଜ୍ଞଶ୍ଵର ରଣା ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଏହି ପରିପେକ୍ଷୀରେ ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ଭୋଇଙ୍କୁ ଫୁଲତୋଡା, ମାନପତ୍ର ସହ ଉପଢ଼ୋକନ ଦେଇ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହି ସମୟରେ ଅନ୍ୟତମ ଅତିଥି ଭାବରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ରାଜ କିଶୋର ବାରିକ, ଭୋରପଡା ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ମାଝୀ, ଯାମତରା ଦୁର୍ଗା ପ୍ରସାଦ ସେଠ, ଯୁବାମାଲ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପିଣ୍ଟୁ ଭୋଇ, ନରାବାହାଳୀ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଆଶିଷ ସିଂ ଭୋଇ ପ୍ରମୁଖ ଉପସ୍ଥିତ ରହିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ସାଗରିକା ଭୋଇ ମଞ୍ଚ ପରିଚାଳନା କରିଥିବା ବେଳେ ସିଆରସିସି ଉପେନ୍ଦ୍ର ନନ୍ଦ ଧନ୍ୟବାଦ ପ୍ରଦାନ କରିଥିଲେ । ପରେ ପରିଚାଳନା କମିଟି ତରଫରୁ ଶ୍ରୀ ଭୋଇ ସମ୍ବର୍ଦ୍ଧନା କରାଯାଇଥିଲା । ଏହି କ୍ଲଷ୍ଟର ସମ୍ବର୍ଦ୍ଧନା ଉତ୍ସବରେ ସମସ୍ତ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.