oom

ଅବସରକାଳୀନ ସମ୍ବର୍ଦ୍ଧନା ସଭା

jsmm

ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ସାଧନ କେନ୍ଦ୍ର କୁଚାଗାଁ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସାଗୁନଭାଡି ଠାରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ଦିବାକର ପଟ୍ଟନାୟକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ପ୍ରଧାନ ଶିକ୍ଷକ ଭବାନୀ ଶଙ୍କର ଠାକୁର ସଭାପତିତ୍ୱ କରିଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମ ନାରାୟଣ ପଣ୍ଡା ମୁଖ୍ୟ ଅତିଥି, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ସୁରେନ୍ଦ୍ର ମୋହନ ଯୋଶୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ବରିଷ୍ଠ ସାମ୍ବାଦିକ ତଥା ସମାଜସେବୀ ଶେଷଦେବ ବେହେରା, ଅର୍ଜୁନ ପଟ୍ଟନାୟକ, ପ୍ରାଥମିକ ଶିକ୍ଷକ ସଙ୍ଘ ଉପ ସଭାପତି ସଞ୍ଜୟ କୁମାର ପଣ୍ଡା, ସମ୍ପାଦକ ଲଳିତ କୁମାର ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ମଂଚାସୀନ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ ବିଜ୍ଞ ବ୍ୟକ୍ତିବିଶେଷ, ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ସମସ୍ତ ସିଆର୍‌ସିସି, ବହୁ ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ, ଗ୍ରାମବାସୀ ତଥା ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରତ୍ୟକ୍ଷ ସହାୟତାରେ ଆୟୋଜିତ ଏହି ଉତ୍ସବଟିକୁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ କୁଚାଗାଁ ଅନନ୍ତ ନାରାୟଣ ପଣ୍ଡା ପରିଚାଳନା କରିଥିବାବେଳେ ଶିକ୍ଷକ ପ୍ରେମାଞ୍ଚଳ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.