ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ବାନ୍ଦୁପଲା ଆନୁକୂଲ୍ୟରେ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାନ୍ଦୁପଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଲିଲୁ ମୋହନ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ଚଲକି ସରପଞ୍ଚ ମମତା ପ୍ରଧାନୀ, ସମ୍ମାନିତ ଅତିଥି ଭାବେ ଚଳକି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଚୈତନ୍ୟ ବାଗ, କର୍ଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ କୁମାର ନାୟକ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ମନୁ ଭୋଇ ଓ ମୁରିବାହାଲ ପଂଚାୟତି ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ହେମନ୍ତ ନାଗ ଉପସ୍ଥିତ ଥିଲେ । ସମସ୍ତ ଅଧାରୁ ପାଠ ଛାଡିଥିବା ଛାତ୍ରଛାତ୍ରୀଙ୍କୁ ଶିକ୍ଷାର ମୁଖ୍ୟସ୍ରୋତରେ ସାମିଲ କରିବା ଦିଗରେ ସଚେତନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ଭୋଜରାଜ ପଧାନ ସଂଯୋଜନା କରିଥିବା ବେଳେ ଚଳକି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଜିତେନ୍ଦ୍ର କୁମାର ମାଝୀ ଧନ୍ୟବାଦ ଜ୍ଞାପନ କରିଥିଲେ । ଚଳକି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ଏବଂ ଆଞ୍ଚଳିକ ସାଧନ କେନ୍ଦ୍ର ବାନ୍ଦୁପଲାର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏହି କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ ।