csstore

ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପହଣ୍ଡି ବିଜୟ ମେହେରଙ୍କ ସଭାପତିତ୍ୱ କରିଥିବା ବେଳେ ଓସେପାର ପୂର୍ବତନ ଜଏଣ୍ଟ ଡାଇରେକ୍ଟର ପ୍ରକାଶ କୁମାର ଯୋଶୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବା ପାଇଁ ଉପଦେଶ ତଥା ଟିପ୍ସ ଦେଇଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଗୋପାଲଜୀ ପ୍ରସାଦ ପାଣିଗ୍ରାହୀ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ମାନସ ରଂଜନ ଶତପଥୀ ସଭା ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋସ୍ନାରାଣୀ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ । ବିଦ୍ୟାଳୟର ପୂଜାରାଣୀ ନାୟକ, ରବୀନା ପଧାନ, ମନୀଷା ଭୋଇ, ବୃନ୍ଦାବତୀ ସାହୁ, ପ୍ରଭାତ କୁମାର ସାହୁ, ଖୁସବୁ ବରିହା, ଅମନ୍ କୁମାର ପଣ୍ଡା, ଜ୍ୟୋତି ରେଖା ମହାନନ୍ଦ, ପ୍ରଭାତୀ ପଟ୍ଟନାୟକ, ମମତା ମିଶ୍ର, ସୁଷମା ଦାଶ ପିଲାମାନଙ୍କୁ ଭବିଷ୍ୟତରେ ଭଲ ମଣିଷ ହେବା ପାଇଁ ଉଦବୋଧନ ଦେଇଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଦୁଷ୍ମନ୍ତ ଛତର, କମଳା କୁମ୍ଭାର, ପ୍ରଭାସିନୀ ସାହୁ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.