ବରଗଡ଼ ବ୍ଲକସ୍ତରୀୟ ସମ୍ବର୍ଦ୍ଧନା ସଭା

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବରଗଡ଼ ବ୍ଲକର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଭ କରିଥିବା ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଚ୍ଛପ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପୁରସ୍କାର ପ୍ରାପ୍ତ ଶିକ୍ଷକ, ଶିକ୍ଷୟତ୍ରୀମାନଙ୍କୁ ସ୍ମୃତିଫଳକ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଶ୍ରୀମତୀ ଶାଶ୍ୱତି ଦାଶ, ପ୍ରଧାନ ଶିକ୍ଷକ, ଜର୍ଜ ଉଚ୍ଚ ବିଦ୍ୟାଳୟ, ବରଗଡ଼ ଓ ଶାନ୍ତି ସୁନା, ପ୍ରଧାନ ଶିକ୍ଷୟତ୍ରୀ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼, ସମ୍ମାନିତ ଅତିଥି ରୂପରେ ଯୋଗଦାନ କରି ଶିକ୍ଷକ, ଶିକ୍ଷୟତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ସମସ୍ତ ସିଆର୍‌ସିସି, କାର୍ଯ୍ୟାଳୟର କର୍ମଚାରୀ ଏହି ସଭାକୁ ସଫଳ ମଣ୍ଡିତ କରିବାରେ ସହଯୋଗ କରିଥିଲେ । ଏହି ଯଥାଯଥ ସମ୍ମାନ ପାଇଁ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ଭୋଇଙ୍କୁ କୃତଜ୍ଞତା ଜଣାଇଥିଲେ ।

Leave A Reply

Your email address will not be published.

18 − 11 =