କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ସ୍ଥିତ ବାଦଲି କିସ୍ ଆବାସିକ ବିଦ୍ୟାଳୟରେ ନୂତନ ବର୍ଷ ପାଳନ ଅବସରରେ ଝିଅ ସବୁକିଛି କରି ପାରେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ନୂତନ ବର୍ଷକୁ ଆହୁରି ସରସ ସୁନ୍ଦର କରିବା ପାଇଁ କିସ୍ ପରିସରରେ ଏକ କାର୍ଯ୍ୟକ୍ରମ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଶିକ୍ଷାବିତ୍ ସ୍ନେହଲତା ଷଡ଼ଙ୍ଗୀ, ଏବଂ ମୁଖ୍ୟବକ୍ତା ଭାବେ ସମାଜସେବୀ ତଥା କିସ୍ର ଶୁଭଚିନ୍ତକ ପରମାନନ୍ଦ ମାଝୀ, କିସ୍ର ଉପ-କାର୍ଯ୍ୟ ନିର୍ବାହୀ ଅଧିକାରୀ ଦୁଷ୍ମନ୍ତ କୁମାର ପଧାନ, ଉପ-ପ୍ରଶାସନିକ ଅଧିକାରୀ ସୁଶାନ୍ତ କୁମାର ବିଶ୍ୱାଳ, ପ୍ରଧାନ ଶିକ୍ଷୟିତ୍ରୀ ସୁନିତା ପଣ୍ଡାଙ୍କ ସମତେ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ଏହି ଅବସରରେ ଅତିଥୀ ମାନେ ଉପସ୍ଥିତ ଛାତ୍ରୀ ମାନଙ୍କୁ ଉପଦେଶ ମାଧ୍ୟମରେ ଆଗକୁ ବଢିବା ପାଇଁ ପ୍ରେରଣା ପ୍ରଦାନ କରିଥିଲେ । କିସ୍ର ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସକ୍ଷମନ୍ତଙ୍କୁ ଭୁୟସୀ ପ୍ରଶଂସା କରିଥିଲେ । ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ପ୍ରାଥମିକ ଶିକ୍ଷୟିତ୍ରୀ ସୁଶ୍ରୀ ଜ୍ୟୋତିର୍ମୟୀ ରଣା । ପରିଶେଷରେ କିସ୍ର ଉପ-କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପଧାନ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁପ୍ରିୟା ପଣ୍ଡା ଏବଂ ଅନ୍ୟ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ ।