oom

ମୀନଗୁର ଗ୍ରାମ ପଞ୍ଚାୟତସ୍ତରୀୟ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

jsmm

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଳମପୁର ବ୍ଲକ ଅନ୍ତର୍ଗତ ମୀନଗୁର ପଞ୍ଚାୟତ ଅନୁକୂଲ୍ୟରେ ମୀନଗୁର ଧାନ ମଣ୍ଡି ପରିସରରେ ପଞ୍ଚାୟତସ୍ତରୀୟ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୀନଗୁର ଗ୍ରାମ ପଞ୍ଚାୟତର ସରପଞ୍ଚ ନିହାରିକା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଲମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ମାଣ୍ଡାଙ୍ଗୀ ମୁଖ୍ୟ ଅତିଥି, ବ୍ଲକ ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, ଜିଲ୍ଲା ପରିଷଦ ସଭ୍ୟା ନିବେଦିତା ହଂସ, ଦୁହିତା ମାଝୀ, ବିଜମରା କଲମପୁର ପୂର୍ବତନ ସରପଞ୍ଚ ଚତୁର୍ଭୁଜ ପଣ୍ଡା, ବଡକୁଟ୍ରୁ ସରପଞ୍ଚ ଗଣେଶ ଚନ୍ଦ୍ର ପଣ୍ଡା, ବିଜମରା ସରପଞ୍ଚ ବାଳକୃଷ୍ଣ ମାଝୀ, ପଣ୍ଡିଗାଁ ସରପଞ୍ଚ କବିତା ଜୈନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଶ୍ରୀ ମାଣ୍ଡାଙ୍ଗୀ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ରୂପାନ୍ତରିକରଣ ଯୋଜନା ଗୁଡିକ ସମ୍ପର୍କରେ ଏଲ୍‌ଇଡ଼ି ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନ ବାର୍ତ୍ତା ପ୍ରଦାନ କରାଯାଇଥିଲା । ଅଞ୍ଚଳର ଛାତ୍ରଛାତ୍ରୀ ଏବଂ କଳାକାରମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯାଇଥିଲା । କୃତି ଛାତ୍ରଛାତ୍ରୀ ଏବଂ କଳାକାରମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି ଅବସରରେ କଲମପୁର ବ୍ଲକରେ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ମଧ୍ୟ ପଞ୍ଚାୟତ ପକ୍ଷରୁ ଉପଢୌକନ ଓ ମାନପତ୍ର ସହ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ରୁଦ୍ରମୋହନ ନିଆଲ ଓ ନୀଳକଣ୍ଠ ନାଏକ ମଞ୍ଚ ପରିଚାଳନା କରିଥିବା ବେଳେ ମୀନଗୁର ଗ୍ରାମ ପଞ୍ଚାୟତର ପିଇଓ ଉମାଶଙ୍କର ସା, ଜିଆର୍‌ଏସ୍ ମଣ୍ଟୁ ପାତ୍ର, ଯୋଗାଣ ସହାୟକ ପ୍ରଦୀପ ସେଠି ପ୍ରମୁଖ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.