pakka

ବମକଠାରେ ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

bbehera

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ବମକ ଗ୍ରାମପଞ୍ଚାୟତ ପରିସରରେ “ଆମ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ଯୁବ ନାଏବ ସରପଞ୍ଚ ରାଣୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନିତ ଅତିଥି ମ.ରାମପୁର ବ୍ଲକ ଅଧ୍ୟକ୍ଷା ମନ୍ଦାକିନୀ ସିଂହଦେଓ, ସମ୍ମାନିତ ଅତିଥି ସମାଜ ସେବୀ ଗୋବିନ୍ଦ ପ୍ରସାଦ ଶତପଥି, ଆଇନଜୀବୀ ସତ୍ୟନାରାୟଣ ସାହୁ, ସମିତି ସଭ୍ୟା ସଂଗୀତା ମାଝୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଜୟ କୁମାର ସାମଲ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ସଚେତନ କରିଥିଲେ । ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ, କୃଷି, ଉଦ୍ୟାନ, ଅଙ୍ଗନୱାଡି, ପ୍ରାଣୀ ସମ୍ପଦ, ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଷ୍ଟଲ ଖୋଲା ଯାଇଥିଲା । ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ଟିଭି ମାଧ୍ୟମରେ ପ୍ରଦର୍ଶନ କରାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ବିଭିନ୍ନ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ ।

jay balangir
Leave A Reply

Your email address will not be published.

18 − 18 =

error: Content is protected !!