csstore

ଝଲପ ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଝଲପ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କାର୍ଯ୍ୟନିର୍ବାହୀ ଅଧିକାରୀ ପୀତବାସ ଯାନୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ରୂପେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ସମ୍ମାନିତ ଅତିଥି ଭାବେ ଝଲପ ପଞ୍ଚାୟତ ସରପଞ୍ଚ ଗୀତାଫୁଲ ପୁଟେଲ, ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା, ବିଏଲ୍‌ସି ଡ଼. ସତ୍ୟପ୍ରିୟ ବେହେରା, ସମିତି ସଭ୍ୟ ସୁଦାମ ଭୋଇ, ଜିଆର୍‌ଏସ ଟଙ୍କଧର ବେହେରା, ଯୁବନେତା ଗୋବିନ୍ଦ ପୁଟେଲ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖି ଯୋଜନା ବିଷୟରେ ଆଲୋଚନା କରିଥିଲେ । ଉଦ୍‌ଘୋଷକ ସୁଶୀଲ କୁମାର ପୋଡ଼ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା । ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଲୋକଗୀତ ମାଧ୍ୟମରେ ଲୋକଙ୍କୁ ଜଣାଇଥିଲେ । ଏଥିରେ ପଞ୍ଚାୟତର ନାଏବ ସରପଞ୍ଚ ଝସକେତନ ବାରିକ, ଜିଓ ଟ୍ୟାଗ କୁବେର ପୁଟେଲଙ୍କ ସହ ସମସ୍ତ ୱାର୍ଡ ସଭ୍ୟ, ସଭ୍ୟା ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.