ଭୋଟର ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୀବ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା କାର୍ଯ୍ୟକ୍ରମରେ ସମ୍ବଲପୁର ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବିଜୟାନନ୍ଦ ବେହେରା ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ଥିଲେ । ରାଷ୍ଟ୍ର ଗଠନରେ ଭୋଟର ଭୂମିକା ସମ୍ପର୍କରେ ବୁଝାଇବା ସହ ସମସ୍ତେ ରାଷ୍ଟ୍ରର ହିତ ଦୃଷ୍ଟିରୁ ନିଜେ ନିଜର ବହୁମୂଲ୍ୟ ମତଦାନ କରିବାକୁ ଆହ୍ୱାନ ଦେଇଥିଲେ । ଆସନ୍ତା ୨୦ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ବଲାଙ୍ଗିର ଠାରେ ଅନୁଷ୍ଠିତ ହେବ । ଏଣୁ ନିର୍ବାଚନ ପୂର୍ବରୁ ଭୋଟରଙ୍କୁ ସଚେତନତା କରିବା ଉଦ୍ଦେଶ୍ୟରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ସମେତ ଷଷ୍ଠ ସେମିଷ୍ଟାରର ଆଇନ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ଶେଷରେ ସହକାରୀ ଅଧ୍ୟାପକ ଚଣ୍ଡୀ ପ୍ରସାଦ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

18 − 12 =