csstore

ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଓ ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭୁର୍ଷାଗୁଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ଗ୍ରାମ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୁର୍ଷାଗୁଡ଼ା ଗ୍ରାମ ପଞ୍ଚାୟତ ସରପଞ୍ଚ ପୁଷ୍ପାଞ୍ଜଳି ଛୁରାଙ୍କ ସଭାପତିତ୍ୱରେ ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାସନ୍ତୀ ସେଠୀ, ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ଜିପିଡ଼ିଓ ପୁରୁଷୋତ୍ତମ ମାଝୀ, ଏପିଓ ଲକ୍ଷ୍ମଣ କୁମାର ବୁଡେକ, ଯୋଗାଣ ନିରୀକ୍ଷକ ଦୀପମ୍ ଜ୍ୟୋତି ବଘାର, ବିଏଲ୍‌ସି ସତ୍ୟପ୍ରିୟ ବେହେରା, ସମିତି ସଭ୍ୟ ଦ୍ରୋପଦ ବାରିକ, ବିପିଏ ଜିତେନ୍ଦ୍ର ରଣା, ବିଆର୍‌ସି ବୈଷ୍ଣବ ନାଏକ, ବିଏସ୍‌ଏସ୍‌ଓ ସଞ୍ଜିତ ସୁନା ପ୍ରମୁଖଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । ଲୋକେ ମୁଖ୍ୟତଃ ଭତ୍ତା, ରାସନ କାର୍ଡ, ଘର ପାଇଁ ଲୋକେ ଆବେଦନ କରିଥିଲେ । ଶତାଧିକ ଅଭିଯୋଗକାରୀ ମାନେ ପଞ୍ଚାୟତ କାର୍ଯ୍ୟାଳୟକୁ ପହଞ୍ଚି ଆବେଦନ କରିଥିଲେ । ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କରାଯାଇଥିବାରୁ ଲୋକେ ନିଜ ନିଜର ସମସ୍ୟାକୁ ଦୃଷ୍ଟି ଆକର୍ଷଣ କରାଯାଇଥିଲା ।

jayashree
Leave A Reply

Your email address will not be published.