csstore

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆଇନ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ । ପଦ୍ମପୁର ଅତିରିକ୍ତ ଜିଲ୍ଲା ବିଚାରପତି ସୂର୍ଯ୍ୟନାରାୟଣ ଦ୍ୱିବେଦୀ ମୁଖ୍ୟ ଅତିଥି, ବରିଷ୍ଠ ଦେୱାନୀ ବିଚାରପତି ଦେବାଶିଷ ଦାସ ସ୍ଵତନ୍ତ୍ର ଅତିଥି ଓ ରାଜବୋଡାସମ୍ବର ଗୋଷ୍ଠୀ ଶିକ୍ଷାଧିକାରୀ ଲୋକନାଥ ଭୋଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ବର୍ତ୍ତମାନ ସମୟରେ ନାରୀ ସୁରକ୍ଷା ପାଇଁ ଆଇନର ବ୍ୟବସ୍ଥା ତଥା ପିଓସିଏସ୍‌ଓ ଏକ୍ଟ ବିଷୟରେ ଛାତ୍ରୀମାନଙ୍କୁ ଅବଗତ କରାଇଥିଲେ । ବିଦ୍ୟାଳୟର ଶିକ୍ଷୟିତ୍ରୀ ରବୀନା ପଧାନ ସଭା ପରିଚାଳନା କରିଥିଲେ ଓ ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋସ୍ନାରାଣୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ମାନସ ରଞ୍ଜନ ଶତପଥୀ, ପୂଜାରାଣୀ ନାୟକ, ସଂଯୁକ୍ତା ଭୋଇ, ମନିଷା ଭୋଇ, ବୃନ୍ଦାବତୀ ସାହୁ, ଖୁସବୁ ବରିହା, ଜ୍ୟୋତିରେଖା ମହାନନ୍ଦ, ଚକ୍ରଧର ନାୟକ, ପ୍ରଭାତୀ ପଟ୍ଟନାୟକ, ମମତା ମିଶ୍ର, ସୁଷମା ଦାସ, ଦୁଷ୍ମନ୍ତ ଛତର, କମଳା କୁମ୍ଭାର କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.