ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ପ୍ରାଥମିକ ବିଦ୍ୟାଳୟର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ନିଶାନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କମିଟିର ସଭାପତି ଆଶୀର୍ବାଦ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୋ ସ୍କୁଲ ଅଭିଯାନ କମିଟିର ସଭାପତି ଚିନ୍ତାମଣି ଚୌଧୁରୀ ଯୋଗଦେଇ ଥିବାବେଳେ ସୂଚନା ଅଧିକାର କର୍ମୀ ଶିବପ୍ରସାଦ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲା । ଅଧ୍ୟାପକ ଅକ୍ଷୟ ଚୌଧୁରୀ, ରୁଦ୍ରମଣି ଚୌଧୁରୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭାରତୀ ସାହୁ, ବିଷ୍ନୁପ୍ରିୟା ଗିରି, ସୁଶ୍ରୀ ଶୁଭଲକ୍ଷ୍ମୀ ପ୍ରିୟଦର୍ଶିନୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ପରିଚାଳନା କମିଟିର ସଭାପତି ରାଜେନ୍ଦ୍ର ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ ।
Next Post