jsm

ବଲାଙ୍ଗିରଠାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରାଲି

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ରାଜ୍ୟରେ ଶିଶୁ ଶ୍ରମିକ ନିରାକରଣ ସମ୍ପର୍କିତ ଏକ ୧୫ ଦିନିଆ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଆୟୋଜିତ ଏକ ସଚେତନତା ରଥକୁ ଜିଲ୍ଲାପାଳ ଚଞ୍ଚଳ ରାଣା ଜୁନ୍‌ ୧ ତାରିଖରେ ଶୁଭାରମ୍ଭ କରିଥିଲେ । ଆଜି ଜିଲ୍ଲା ଶ୍ରମ ବିଭାଗ ତରଫରୁ ଆୟୋଜିତ ଶିଶୁ ଶ୍ରମିକ ନିରାକରଣ ସଚେତନତା ରାଲିକୁ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରଠାରୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ସଚେତନତା ରାଲି ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ବାହାରି ସହରର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା । ସଚେତନତା ରାଲି ମଧ୍ୟମରେ ଶିଶୁ ଶ୍ରମିକ ନିରାକରଣ, ଶିଶୁ ଶ୍ରମିକ ଆଇନ୍‌ରେ ଥିବା ବିଭିନ୍ନ ପ୍ରାବଧାନ, କଟକଣା ଇତ୍ୟାଦି ସମ୍ପର୍କିତ ପ୍ଲା-କାର୍ଡ ଓ ସ୍ଲୋଗାନ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନ କରାଯାଇଥିଲା । ଏହି ସଚେତନତା ରାଲିର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ଅଧିକାରୀ ସୁକାନ୍ତ କୁମାର ସେଠୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁ, ସିଡବ୍ଲୁସିର ଅଧ୍ୟକ୍ଷ ଯୋଗେଶ୍ୱର ମହାନ୍ତି, ସହକାରୀ ଶ୍ରମ ଅଧିକାରୀ ପାନାମଣି ସୋରେନ, ଜିଲ୍ଲା ଶ୍ରମ ନିରୀକ୍ଷକ ଅଶୋକ କୁମାର ଡୁଙ୍ଗ୍‌ଡୁଙ୍ଗ୍‌, ନିରଞ୍ଜନ ଭୂୟାଁ, ପ୍ରଶାନ୍ତ କୁମାର ସୁନାଙ୍କ ସମେତ ଶ୍ରମ, ଶିକ୍ଷା, ସମାଜ ମଙ୍ଗଳ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.