ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ କରୋନା ସଚେତନତା ଅଭିଯାନ

ସଇଁନ୍ତଲା, (ଅଜିତ କୁମାର ସାହୁ) : କରୋନା ମହାମାରୀକୁ ନେଇ ସାରା ରାଜ୍ୟରେ ଆତଙ୍କିତ ଅବସ୍ଥାରେ ରହୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଧୀରେ ଧୀରେ କରୋନା ସଂକ୍ରମଣ ହ୍ରାସ ପାଉଛି । ତେବେ ଆଜି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ବୁଡ଼ାବାହାଲ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ ଜିଲ୍ଲା ପ୍ରୋଗ୍ରାମ ଅଧିକାରୀ ସଂଘମିତ୍ରା ଜେନାଙ୍କ ନେତୃତ୍ୱରେ କରୋନା ସଚେତନତା ଓ ସତର୍କତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଓପି ବିଷ୍ଣୁ ପ୍ରସାଦ ଦାସ, ସ୍ଥାନୀୟ କାର୍ଯ୍ୟନିର୍ବାହୀ ଅଧିକାରୀ ରୁନ୍ଦ୍ର ପ୍ରସାଦ ବାଗ, ମଞ୍ଜୁ ମହାନନ୍ଦ, ବିନାୟକ ବେହେରା, ତାଲିମଦାତା ସୁକଦେବ ଦାସ, ହେଁମନ୍ତ ସାହୁ, ଭାଗରଥୀ ବ୍ରହ୍ମା ପ୍ରମୁଖ ଉପସ୍ଥିତ ଥିଲେ । ତେବେ ଏହି ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ ପ୍ରତ୍ୟେକ ଦିନ ବିଭିନ୍ନ ସ୍ଥାନରେ ସଚେତନତା ଅଭିଯାନ ଜାରି ରହିଛି ।

Leave A Reply

Your email address will not be published.