om academy

ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ନିଶାମୁକ୍ତ ଭାରତ ଅଭିଯାନର ସଚେତନତା କାର୍ଯ୍ୟକ୍ରମ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ନିଶାମୁକ୍ତ ଭାରତ ଅଭିଯାନର ସଚେତନତା କରିବା ସହିତ ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରଛାତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଅଶଂଗ୍ରହଣ କରିଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀମାନେ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରିଥିଲେ । ସମାଜକୁ କିପରି ନିଶାମୁକ୍ତ କରି ପାରିବା ସେଥିପାଇଁ ସମସ୍ତ ଛାତ୍ରଛାତ୍ରୀଙ୍କୁ ସଚେତନ କରିବା ସହିତ ଶପଥ ନିଆଯାଇଥିଲା ।

Leave A Reply

Your email address will not be published.