pakka

ବରିକେଳ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରିବେଶ ସଚେତନତା କାର୍ଯ୍ୟକ୍ରମ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ୍ ଅନ୍ତର୍ଗତ ବରିକେଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ସାହୁ ସଭାପତିତ୍ୱ କରି ସଭା ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରକୃତି ବଂଧୁ ମୀନକେତନ ସାହୁ ଯୋଗଦାନ କରି ଧରିତ୍ରୀ ମା’ର ସୁରକ୍ଷା ପାଇଁ ବୃକ୍ଷ ରୋପଣ ଓ ସଂରକ୍ଷଣର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ ଓ ସୁରକ୍ଷିତ ଭବିଷ୍ୟତ ନିମନ୍ତେ ସମସ୍ତଙ୍କୁ ଗୋଟିଏ ଗୋଟିଏ ଗଛ ଲଗାଇ ସୁରକ୍ଷିତ ରଖିବାକୁ ପରାମର୍ଶ ଦେଇଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ଅଂଶଗ୍ରହଣ କରି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଅଁଳା ଚାରା ବଣ୍ଟନ କରାଯାଇଥିଲା ।

jay balangir
Leave A Reply

Your email address will not be published.

11 + eight =

error: Content is protected !!