କର୍ଲାପିଟା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର: (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କର୍ଲାପିଟା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମୌସୁମୀ ନାୟକ ଚଳିତ ବର୍ଷ ବାର୍ତ୍ତା ଉପରେ ଆଲୋକପାତ କରିବା ସହ ଦୁର୍ନୀତି ଠାରୁ ଦୂରରେ ରହିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ନାୟକ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଦୁର୍ନୀତି ବିରୋଧରେ ସାମୁହିକ ଶପଥ ପାଠ କରାଇଥିଲେ । ଏହି କାର୍ୟ୍ୟକ୍ରମରେ ଶିକ୍ଷକ ସୁଦାମ ସୁନା, ନବକୁମାର ବେହେରା, ମାନସ ରଂଜନ ମିଶ୍ର, ଶିକ୍ଷୟିତ୍ରୀ ସତ୍ୟପ୍ରିୟା ନନ୍ଦ, ଗୀତାଞ୍ଜଳି ରଣା, ନଳିନୀ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.