csstore

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ସଚେତନତା ରାଲି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅକ୍ଟୋବର ମାସ ୨୬ ତାରିଖ ଠାରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନ ୯ ଘଟିକା ସମୟରେ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା ରାଲି ସ୍ଥାନୀୟ କୋଶଳ କଳାମଣ୍ଡଳ ପଡ଼ିଆରୁ ବାହାରି ସହର ପରିକ୍ରମା କରିଥିଲା । ଏହି ସଚେତନତା ରାଲିକୁ ଜିଲ୍ଲାପାଳ ଚଂଚଳ ରାଣା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସଚେତନତା ରାଲିରେ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ଦୁର୍ନୀତି ନିବାରଣ ବିଭାଗ ଡିଏସ୍‌ପି ସଦାନନ୍ଦ ପାଣି, ଜିଲ୍ଲା ସଂସ୍କୃତି ଅଧିକାରୀ ବିଜୟ କୁମାର ଶତପଥୀ, ନେହେରୁ ଯୁବକେନ୍ଦ୍ରର ସଂଯୋଜକ ନରସିଂହା କୁମାର, ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିରର ଇନ୍‌ସ୍‌ପେକ୍ଟର ରୀତାଂଜଳି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ସଚେତନତା ରାଲିରେ ନେହେରୁ ଯୁବକେନ୍ଦ୍ରର ସ୍ୱେଚ୍ଛାସେବୀ, ଜିଲ୍ଲା କାର୍ୟ୍ୟାଳୟର କର୍ମଚାରୀ, ସ୍ୱଚ୍ଛ ସଂଚୟ ଅଭିକର୍ତ୍ତା ଓ ଦୁର୍ନୀତି ନିବାରଣ ବିଭାଗର କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ ।

jayashree
Leave A Reply

Your email address will not be published.