csstore

ଡାକ୍ତରୀ ଓ ଇଂଜିନିୟରିଂ ପ୍ରବେଶିକା ପରୀକ୍ଷାରେ ସ୍ଥାନ ସଂରକ୍ଷଣ ନିମନ୍ତେ ସଚେତନତା ସୃଷ୍ଟି

ସୁବର୍ଣ୍ଣପୁର ( ପ୍ରଭୁଦତ୍ତ ରଥ ) : ସରକାରୀ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ଡାକ୍ତରୀ ଓ ଇଂଜିନିୟରି ପ୍ରବେଶିକା ପରୀକ୍ଷାରେ ସ୍ଥାନ ସଂରକ୍ଷଣ ନିମନ୍ତେ ସୁବର୍ଣ୍ଣପୁରରେ ସଚେତନତା ସୃଷ୍ଟି ଓ ସରକାରଙ୍କ ଏହି ପଦକ୍ଷେପକୁ ସ୍ବାଗତ କରିବା ଉଦ୍ଦେଶ୍ୟରେ ଏକ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାରାଜା ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ ଗୃହରେ ଆୟୋଜିତ ହୋଇଥିବା ଏହି କାର୍ୟ୍ୟକ୍ରମରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରତିଭା ପଣ୍ଡା, ସୋନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀ, ବୀରମହାରାଜପୁର ଯୋଗଦେଇ ସରକାରଙ୍କ ଏହି ନିଷ୍ପତ୍ତି ସମ୍ପର୍କରେ ଉପସ୍ଥିତ ଛାତ୍ର ଛାତ୍ରୀ ଅଭିଭାବକ ତଥା ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଅବଗତ କରିଥିଲେ । ଏହା ସହିତ ସରକାରଙ୍କୁ ସମସ୍ତଙ୍କ ତରଫରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ଶିକ୍ଷକ ଅମ୍ବୁଜ ବିହାରୀ ଶତପଥୀ କାର୍ୟ୍ୟକ୍ରମ ପରିଚାଳନା କରିଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୀନବନ୍ଧୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

jayashree
Leave A Reply

Your email address will not be published.