oom

ଶିଶୁ ଅଧିକାର ଶିଶୁ ସୁରକ୍ଷା ପାଇଁ ବ୍ଲକ ସ୍ତରୀୟ ସଚେତନତା ଶିବିର

jsmm

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଶିଶୁ ଅଧିକାର, ଶିଶୁ ସୁରକ୍ଷା, ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ଶିଶୁର ଯତ୍ନ ଉପରେ ଆଧାରିତ ଏକ ସଚେତନତା କାର୍ଯ୍ୟକ୍ରମ ଖପ୍ରାଖୋଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିବେକାନନ୍ଦ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ବିଡ଼ିଓ ଶ୍ରୀ ଷଡ଼ଙ୍ଗୀ ଶିଶୁଙ୍କ ନିମିତ୍ତ ବିଭିନ୍ନ ଆଇନ ଉପରେ ଆଲୋକପାତ କରିଥିଲେ । ମାଁ ଗର୍ଭରୁ ଆରମ୍ଭ କରି ୧୮ ବର୍ଷ ବୟସ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଶିଶୁ ଓ ମହିଳା ବିଭାଗ ତରଫରୁ ଶିଶୁର ବିକାଶ, ସୁରକ୍ଷା ଓ ସର୍ବାଙ୍ଗୀନ ଉନ୍ନତି ସକାଶେ ବିଭିନ୍ନ ପ୍ରକାର ଯୋଜନା ଅନ୍ତର୍ଭୁକ୍ତ କରାଯାଇଛି ବୋଲି ଖପ୍ରାଖୋଲ ତହସିଲଦାର ଶ୍ରୀ ମିଶ୍ର ପ୍ରକାଶ କରିଥିଲେ । ସେହିପରି ପୋଷ୍ୟ ସନ୍ତାନ ଗ୍ରହଣରେ ଆଇନଗତ ବିଧି ବ୍ୟବସ୍ଥା ଉପରେ ଖପ୍ରାଖୋଲ ଥାନାଧିକାରୀ ଶ୍ରୀ ଛତ୍ର ଅବଗତ କରାଇଥିଲେ । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଣୀ ଶ୍ରୀମତୀ ଲକ୍ଷ୍ମୀ ସିଂ ଯୋଗଦାନ କରି ଆଇନ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ, ପୋଷ୍ୟ ସନ୍ତାନ ଗ୍ରହଣକାରୀଙ୍କ ଯୋଗ୍ୟତା ଏବଂ ପୋର୍ଟାଲ ମାଧ୍ୟମରେ ପୋଷ୍ୟ ସନ୍ତାନ ପାଇଁ ଆଗ୍ରହୀ ଥିବା ବ୍ୟକ୍ତିମାନେ କିପରି ଆବେଦନ କରିପାରିବେ ସବିଶେଷ ଜଣାଇଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତୀ ସଂଯୋଜନା କରିଥିବା ବେଳେ ସେ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରି ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଖପ୍ରାଖୋଲ ଅଙ୍ଗନୱାଡି ସୁପରଭାଇଜର ମାନଙ୍କ ସହ ସମସ୍ତ ଆଶା ଦିଦି, ଅଙ୍ଗନୱାଡ଼ି କର୍ମୀ, ମହିଳା ସ୍ୱାସ୍ଥ୍ୟକର୍ମୀ, ମିଶନଶକ୍ତିର ମହିଳାମାନେ ଏବଂ ଏସ୍‌ଏଚ୍‌ଜି ମହିଳା ମାନେ ଯୋଗ ଦେଇଥିଲେ ।

jittmm
Leave A Reply

Your email address will not be published.