ଭୁବନେଶ୍ୱରର ଟ୍ରାଫିକ ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ

ଭୁବନେଶ୍ୱର : ଭୁବନେଶ୍ୱରରେ ବଢ଼ୁଛି ଦିନକୁ ଦିନ ଲୋକସଂଖ୍ୟା । ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ଯାହାଫଳରେ ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି । ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ସକାଳୁ ଶିଶୁ ଭବନ ଛକ, ରବି ଟକିଜ ଛକ, କଳ୍ପନା ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି । ପରେ ଏନେଇ ପ୍ରଶାସନ ଏବଂ ପୁଲିସର ବରିଷ୍ଠ ଅଧିକାରୀମାନଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତିକରଣ ସମ୍ପର୍କରେ ଆଲୋଚନା କରିଥିଲେ । ଏହି ପରିଦର୍ଶନ ସମୟରେ ପୁଲିସ କମିଶନର ଏସ ପ୍ରିୟଦର୍ଶୀ, ପୂର୍ତ୍ତ ସଚିବ ଭି ଭି ଯାଦବ, ବିଏମସି କମିଶନର କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

twelve + 9 =

error: Content is protected !!