csstore

ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ରକ୍ତଦାନ ଶିବିର : ୩୦ ୟୁନିଟ ରକ୍ତ ସଂଗ୍ରହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ସ୍ଥାନୀୟ ନୂତନ ବସ ଟର୍ମିନାଲ ଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ରକ୍ତଦାନ ଶିବିରକୁ ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଭାବରେ ଏବଂ ସମ୍ମାନିତ ଅତିଥି ଭାବେ ଆର୍‌ଟିଓ ମାନସ ରଂଜନ ମିଶ୍ର ଏବଂ ଜିଲ୍ଲା ଘରୋଇ ବସ୍‌ ମାଲିକ ସଂଘର ସଭାପତି ଦୁର୍ଗା ଚରଣ ବେହେରା ଅନୁଷ୍ଠିକ ଭାବେ ଉଦ୍‌ଘାଟନ କରିଥିଲେ । ଏହି ରକ୍ତଦାନ ଶିବିରରେ ୩୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା । ରକ୍ତଦାତାଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟ ଅତିଥି ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ ଏବଂ ଆର୍‌ଟିଓ ମାନସ ରଂଜନ ମିଶ୍ର ମଧ୍ୟ ରକ୍ତଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବସ୍‌ ମାଲିକ ସଂଘର ଉପସଭାପତି ପଂଚାନନ ଆଚାର୍ଯ୍ୟ, କୋଷାଧ୍ୟକ୍ଷ ଶିବ ଶଙ୍କର ପଟେଲ, ସହ-ସଂପାଦକ ଶଙ୍କର କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ରକ୍ତଦାନ ଶିବିରକୁ ପରିଚାଳନା କରିଥିଲେ ।

jayashree
Leave A Reply

Your email address will not be published.