pakka

ଗ୍ରାମାଞ୍ଚଳର ବିକାଶରେ ଅଦ୍ଭୁତପୂର୍ବ ପରିବର୍ତ୍ତନ ଆଣିଛି ମୁଖ୍ୟମନ୍ତ୍ରୀ ସଡକ ଯୋଜନା

  • ଅଦ୍ୟାବଧି ୯୬୦ଟି ରାସ୍ତା ନିର୍ମାଣ
  • ମୋଟ ୩୭୪୧.୮୯ କିମି ରାସ୍ତା ନିର୍ମାଣ
  • ୧୧୭୨ଟି ଗ୍ରାମକୁ ନିକଟବର୍ତ୍ତୀ ମୁଖ୍ୟ ରାସ୍ତା ସହ ସଂଯୋଗ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରାମାଞ୍ଚଳର ବିକାଶ ଓ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ମଧ୍ୟରେ ସବୁଦିନିଆ ଗମନାଗମନକୁ ଦୃଷ୍ଟିରେ ରଖି ଗ୍ରାମ୍ୟରାସ୍ତା ସଂଯୋଗିକରଣ ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତୀ ସଡକ ଯୋଜନା ପ୍ରଚଳନ କରିଛନ୍ତି । ଏହି ଯୋଜନାରେ ଅଦ୍ୟାବଧି ରାଜ୍ୟରେ ମୋଟ ୯୬୦ଟି ରାସ୍ତା ନିର୍ମାଣ କରାଯାଇଛି । ୩୭୪୧.୮୯ କିମି ଦୈଘ୍ୟ ବିଶଷ୍ଟ ଏହି ରାସ୍ତାଗୁଡିକ ଦ୍ୱାରା ୧୧୭୪ଟି ଗ୍ରାମକୁ ନିକଟବର୍ତ୍ତୀ ମୁଖ୍ୟ ରାସ୍ତା ସହ ସଂଯୋଗ କରାଯାଇଛି । ଏହା ଗ୍ରାମାଞ୍ଚଳର ଦୈନନ୍ଦିନ ଜୀବନେରେ ଅତ୍ୟନ୍ତ ଉପାଦେୟ ସାବ୍ୟସ୍ତ ହୋଇଛି । ଗ୍ରାମାଞ୍ଚଳର ଅର୍ଥନୈତିକ ଓ ସାମାଜିକ ବିକାଶ ହେବା ସହିତ କୃଷିଜନିତ ଆୟ ବୃଦ୍ଧି ଏବଂ ଦରିଦ୍ର୍ୟ ହ୍ରାସକୁ ସୁନିଶ୍ଚିତ କରିବା ପାଇଁ ଏହି ଯୋଜନାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ମୁଖ୍ୟମନ୍ତ୍ରୀ ସଡକ ଯୋଜନା ୨୦୧୫-୧୬ ଆର୍ଥିକ ବର୍ଷଠାରୁ ଏହା କାର୍ଯ୍ୟକାରୀ ହୋଇଛି । ଏହା ରାଜ୍ୟ ସରକାରଙ୍କ ଅନୁଦାନ ଦ୍ୱାରା ପରିଚାଳିତ ଏକ ପ୍ରମୁଖ କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଗମନାଗମନ ତଥା ଯୋଗାଯୋଗ କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିଛି । ପରିବହନ କ୍ଷେତ୍ରରେ ମଧ୍ୟ ଏହା ଅତ୍ୟନ୍ତ ଉପାଦେୟ ସାବ୍ୟସ୍ତ ହେବା ସହ ଏହା ଦ୍ୱାରା ସ୍ଥାନୀୟ ଅଧିବାସୀ ନକଟସ୍ଥ ସହରରେ ନିଜର ଉତ୍ପାଦନର ଉପଯୁକ୍ତ ବଜାର ସୁବିଧା ପାଇପାରୁଛନ୍ତି । ରାଜ୍ୟର ଅପହଞ୍ଚ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥା ନିମନ୍ତେ ମୁଖ୍ୟମନ୍ତ୍ରୀ ସଡକ ଯୋଜନା କାର୍ଯ୍ୟକାରୀ ହେବା ଦ୍ୱାରା ସ୍ଥାନୀୟ ଅଞ୍ଚଳଠାରୁ ଅନ୍ୟ ସ୍ଥାନର ଦୂରତା କମିବା ସହ ଲୋକେ ଅଯଥା ଖର୍ଚ୍ଚାନ୍ତରୁ ରକ୍ଷା ପାଉଛନ୍ତି । ସବୁଦିନିଆ ରାସ୍ତା ନିର୍ମାଣ ଦ୍ୱାରା ଅନୁସୂଚିତ ଜାତି ଓ ଜନଜାତିଙ୍କ ଜୀବନଜୀବିକା କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହୋଇଛି । ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ନକ୍ସଲ ପ୍ରଭାବିତ ଅଞ୍ଚଳରେ ଉନ୍ନୟନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇପାରିଛି । ଏହିସବୁ ଅଞ୍ଚଳକୁ ଯିବା ପାଇଁ ମଧ୍ୟ ଏହା ସିଆର୍‌ପିଏଫ୍‌ ଆରକ୍ଷୀ ବାହିନୀଙ୍କ ସକାଶେ ସୁବିଧାଜନକ ହୋଇପାରିଛି ।

Leave A Reply

Your email address will not be published.

19 + 16 =