
ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ସଦର ମହାନଦୀ ପୋଲ ଉପରେ ଏକ ମର୍ମନ୍ନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ବୋଲେରୋ ଓ ଟ୍ରକ ମୁହାମୁହି ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୫ ମୃତ ଓ ୫ ଗୁରୁତର । ସମସ୍ତ ଗୁରୁତରଙ୍କୁ ସୋନପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା ପରେ ବୁର୍ଲ୍ଲ। ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଏମାନେ ସମସ୍ତେ ଉଲୁଣ୍ଡା ବ୍ଲକ ନିମ୍ନ। ଗାଁରୁ ବିନିକା ବ୍ଲକ କୌଡ଼ିଆମୁଣ୍ଡା ଗାଁକୁ ବାହାଘର ଭୋଜି ଖାଇବାକୁ ଯାଇଥିଲେ ଓ ଭୋଜି ଖାଇ ରାତି ୧୨.୩୦ରୁ ୧ଟା ମଧ୍ୟରେ ଫେରିବା ସମୟରେ ମହାନଦୀ ପୋଲ ମଝିରେ ଏହି ଦୁର୍ଘଟଣା ଘଟିଛି । ଗୁରୁତର ମାନେ ହେଲେ ପ୍ରମୋଦ ହୋତା, ଅମିତ୍ ବାଘ, ମହାଦେବ ପୁରୋହିତ, ଆଲିଶା ପାଣ୍ଡିଆ ଓ ଓମ୍ ପ୍ରକାଶ ପାଣ୍ଡିଆ ବୋଲି ଜଣାପଡିଛି । ସେହିପରି ମୃତକ ମାନେ ହେଲେ ନିମ୍ନ। ଗାଁର ଆଶିଷ ପାଣ୍ଡିଆ, ପ୍ରମୋଦ ପାଣ୍ଡିଆ, ସିଦ୍ଧି ପାଣ୍ଡିଆ, ତ୍ରୟମ୍ବକ ମେହେର ଓ ଶୁଭମ ପାଣ୍ଡିଆ ବୋଲି ଜଣାପଡିଛି । ଘଟଣା ସ୍ଥଳରେ ସୋନପୁର ପୋଲିସ ପହଞ୍ଚି ଅନୁସନ୍ଧାନ ଜାରୀରଖିଛି ।