ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ବଙ୍ଗୋମୁଣ୍ଡା ଥାନା ଦନ୍ଦରା ଗାଁ ନିକଟ ବୁଲାଣି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଗୋଟିଏ ବାଇକ୍‌କୁ ଏକ ଟ୍ରକ ପଛପଟଚ ଧକ୍‌କ୍କା ଦେବା ଫଳରେ ଦୁର୍ଘଟଣା ଘଟିଥିଲା । ଘଟଣାସ୍ଥଳରେ ଜଣକ ମୃତ୍ୟୁ ଘଟିଥିବା ବେଳେ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ୨ ଗୁରୁତରଙ୍କୁ କଣ୍ଟାବାଞ୍ଜି ଡାକ୍ତରଖାନାକୁ ନିଆଯାଇଛି । ମୃତକ ଜଣକ ଖଡ଼ିଆଳ ଥାନା କେନ୍ଦୁପାଟି ଗାଁର ଶ୍ୟାମ ପୁଞ୍ଜି ବୋଲି ଜଣାପଡିଛି । ଦୁର୍ଘଟଣା ଘଟାଇ ଟ୍ରକଟି ଫେରାର ହୋଇଯାଇଥିବା ବେଳେ ବଙ୍ଗୋମୁଣ୍ଡା ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.