
ଯାଜପୁର ରୋଡ : ଯାଜପୁର ଜିଲ୍ଲା ବ୍ୟାସନଗର ପୌରାଞ୍ଚଳର ମିଶ୍ରିଲାଲ ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ବିଦ୍ୟୁତ୍ ବିଭାଗର କୋରାଇ ଡିଭିଜନରେ କାର୍ଯ୍ୟ କରୁଥିବା ତାୟୁବ୍ କୌଣସି କାର୍ଯ୍ୟରେ ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟକୁ ଆସିଥିଲେ । କାମ ସାରି ସେଠାରୁ ଫେରିବା ସମୟରେ ଏକ ଘରୋଇ ସ୍କୁଲ ବସ୍ ତାଙ୍କ ବାଇକ୍କୁ ଧକ୍କା ଦେଇଥିଲା । ଫଳରେ ସେ ତଳେ ପଡି ଯାଇଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଯାଜପୁର ରୋଡ଼ ମେଡ଼ିକାଲକୁ ନେଇଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥିସହିତ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି ।