pakka

ସଦ୍‌ଭାବନା ଦିବସ ଉପଲକ୍ଷେ ଶପଥ ପାଠ

bbehera

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ତଥା ସଦ୍‌ଭାବନା ଦିବସ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଶପଥପାଠ ଉତ୍ସବ ତା.୧୯/୦୮/୨୧ରିଖରେ କୋଭିଡ ନିୟମ ପାଳନ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଅଧ୍ୟକ୍ଷତା କରି ଏହି ଦିବସର ତାତ୍ପର୍ଯ୍ୟ ବିଷୟରେ ଆଲୋକପାତ କରିବା ସହିତ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ଜାତି, ଧର୍ମ, ସମ୍ପ୍ରଦାୟ ଭାଷାରେ କୌଣସି ବିଭେଦ ନ ରଖି ସମସ୍ତଙ୍କ ମଧ୍ୟରେ ଭାବନାତ୍ମକ ଏକତା ଏବଂ ସଦଭାବନା ରଖି କାର୍ଯ୍ୟ କରିବା ସହିତ ହିଂସାର ଆଶ୍ରୟ ନ ନେଇ ସମସ୍ତ ପ୍ରକାର ମତଭେଦକୁ କଥାବାର୍ତ୍ତା ଏବଂ ସାମ୍ବିଧାନିକ ମାଧ୍ୟମରେ ସମାଧାନ କରିବା ପାଇଁ ସମସ୍ତେ ଶପଥ କରିଥିଲେ । ଏହି ଶପଥ ପାଠ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ, ନିଶି ପୂନମ ମିଞ୍ଜ, ଜିଲ୍ଲା ମଙ୍ଗଳ ଅଧିକାରୀ ପାଲାକା ରବୀନ୍ଦ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଇପ୍ସିତା ମିଶ୍ର, ଜରୁରୀ, ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ହରିଚରଣ ମିଶ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲପାଳଙ୍କ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ ପ୍ରମୁଖଙ୍କ ସହ ବିଭିନ୍ନ ବିଭାଗୀୟ ପଦାଧିକାରୀ ତଥା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

three × 5 =

error: Content is protected !!