ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ‍‍ବ୍ଲକସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ ଅବସରରେ ବ୍ଲକସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଉଦଯାପନୀ ଉତ୍ସବରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ବିଇଓ ମହେଶ୍ୱର ମାଝୀ, ଏବିଇଓ ବଳରାମ ବେହେରା ଓ ବଂଶୀଧର ସାହୁ, ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରେଣୁକାବତୀ ସାହାଣୀ ଏବଂ ସମସ୍ତ ସିଆରସିସି ଉପସ୍ଥିତ ରହି ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ସେମାନଙ୍କୁ ଉତ୍ସାହିତ କରିଥିଲେ। । ଏହି ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟର ବରିଷ୍ଠ ବିଭାଗରୁ ୧୦୦ ଜଣ ଛାତ୍ରଛାତ୍ରୀ, କନିଷ୍ଠ ଓ ଉପକନିଷ୍ଠ ବିଭାଗରୁ ୧୫୦ ଜଣ ମୋଟ ୨୫୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ଗାଇଡ ଟିଚର ଏବଂ ସହଯୋଗୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମିଶାଇ ମୋଟ ୩୫୦ ଜଣ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ପ୍ରତିଯୋଗିତାକୁ‌ ପରିଚାଳନା କରୁଥିଲେ ଅଭିଜ୍ଞ ଶିକ୍ଷକ ଶିକ୍ଷୟିତ୍ରୀ ଓ ସିଆରସିସିମାନେ । ପ୍ରତିଯୋଗିତାରେ ବିଭିନ୍ନ ବିଭାଗର କୃତି ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣ ପତ୍ର ତଥା ଉପହାର ବଣ୍ଟନ ହେବା ସହିତ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର, ପ୍ରମାଣ ପତ୍ର ତଥା ଉପହାର ଅତିଥି ମାନଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା । ବରିଷ୍ଠ ବିଭାଗରୁ ପ୍ରଥମ ସ୍ଥାନ ଅଧିକାର କରିଥିଲେ ବାଲିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ର ଦିନବନ୍ଧୁ ସେଠୀ, କନିଷ୍ଠ ବିଭାଗରୁ ପ୍ରଥମ ସ୍ଥାନ ଅଧିକାର ଓଡିଶା ଆଦର୍ଶ ବିଦ୍ୟାଳୟ ଦଣ୍ଡପଦରର ସପ୍ତମ ଶ୍ରେଣୀ ଛାତ୍ର ଶିବାଶିଷ ପଣ୍ଡା ଓ ଉପ କନିଷ୍ଠ ବିଭାଗରୁ ପ୍ରଥମ ସ୍ଥାନ ଅଧିକାର କରିଥିଲେ ସରକାରୀ ଉଚ୍ଚ ବିଦ୍ୟାଳୟ ପଦ୍ମାପଦରର ଛାତ୍ରୀ ସୁପ୍ରଭା ଦଣ୍ଡିଆ ।

Leave A Reply

Your email address will not be published.