୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମର ଅମୃତ ସରୋବରଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମା’ ସାହାଜୀ ଯୁବକ ସଂଘ କପିଲାଭଟାର ସଂଯୋଜକ ପୃଥିରାଜ ବାଗ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଏଥିରେ ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ସମ୍ପାଦକ ହୁଲେଶ୍ୱର ହଂସ, ବୀର ହଂସ, ପାର୍ଥ ହଂସ, ସନ୍ତୋଷ ହଂସଙ୍କ ସହ ଗିରିଗୋବର୍ଦ୍ଧନ ପୂଜା କମିଟିର ସମସ୍ତ ସଦସ୍ୟମାନେ ଉପସ୍ଥିତ ଥିଲେ । ସେହିପରି କପିଲାଭଟା ଗ୍ରାମ ପଂଚାୟତ ଉଚ୍ଚ ବିଦ୍ୟାଳୟଠାରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କପିଲାଭଟା ସରପଂଚ ତୁଲସେ ଭୋଇ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଛାତ୍ରଛାତ୍ରୀମାନଙ୍କର ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା । ସେହିପରି ବଲଧା ପଂଚାୟତ କାର୍ଯ୍ୟାଳୟଠାରେ କାର୍ଯ୍ୟନିର୍ବାହୀ ଅଧିକାରୀ ନିଳକାନ୍ତ ପୁରୋହିତଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବଲଧା ପଂଚାୟତର ସରପଂଚ ରାଜକୁମାରୀ ବେଶ୍ରା ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଏଥିରେ ଜିଆର୍‌ଏସ୍‌ ପୃଥିରାଜ ବାଗ, ସମାଜସେବୀ ସଦାନନ୍ଦ ତାଣ୍ଡି, ଲମ୍ବୋଦର ବେହେରା ପ୍ରମୁଖଙ୍କ ସହ ପଂଚାୟତର ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ସେହିପରି ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ଅଂଚଳରେ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ କରାଯାଇଛି ।

Leave A Reply

Your email address will not be published.