ଓଟିଇଟି ପାସ୍‌ କରିଥିବା ଗଣଶିକ୍ଷକମାନେ ହେବେ ଏକ୍‌ସ କ୍ୟାଡର ସହକାରୀ ଶିକ୍ଷକ

  • ଓଟିଇଟି ପାସ୍‌ କରି ନ ଥିବା ଗଣଶିକ୍ଷକମାନଙ୍କ ପାରିଶ୍ରମିକରେ ବୃଦ୍ଧି
  • ଓଟିଇଟି ପାସ୍‌ କରିଥିବା ଏକ୍‌ସ କ୍ୟାଡ଼ର ସହକାରୀ ଶିକ୍ଷକମାନେ ପାଇବେ ବାର୍ଷିକ ଇନ୍‌କ୍ରିମେଣ୍ଟ
  • ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ
  • ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ । ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ ଭି. କେ. ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଓଟିଇଟି ପାସ କରିଥିବା ଗଣଶିକ୍ଷକମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ । ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେଲେ । ସେହିପରି ଓଟିଇଟି ପାସ କରିନଥିବା ଗଣଶିକ୍ଷକମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେଲେ । ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର)ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ ଓଟିଇଟି ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ ।

Leave A Reply

Your email address will not be published.

four × two =