pakka

୪୬ ଲକ୍ଷ ଚାଷୀଙ୍କୁ ୯୩୩ କୋଟିରୁ ଅଧିକ ଟଙ୍କାର କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

bbehera
  • ସବୁ ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କୁ ବୈଷୟିକ ସହାୟତା ପ୍ରଦାନ କରିବ
  • କାଳିଆ ଯୋଜନାର ଅବଧି ଆଉ ୩ ବର୍ଷ ପାଇଁ ବୃଦ୍ଧି ହେଲା, ରାଜ୍ୟ ସରକାର ଖର୍ଚ୍ଚ କରିବେ ୬୦୩୦ କୋଟି ଟଙ୍କା : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ୧୮ ଲକ୍ଷ ଭୂମିହୀନ ଚାଷୀ ପରିବାର ମଧ୍ୟ ଚଳିତ ଖରିଫ ଋତୁ ପାଇଁ ଅତିରିକ୍ତ ୨୦୦୦ ଟଙ୍କା ପାଇଲେ, ସମୁଦାୟ ୩୬୦ କୋଟି ଟଙ୍କା,
  • କାଳିଆ ଛାତ୍ର ବୃତ୍ତିର ପରିସର ବ୍ୟାପକ ହେଲା,
  • ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ଜାତୀୟ ସ୍ତରର ସରକାରୀ ଓ ଘରୋଇ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ପଢୁଥିବା ଚାଷୀ ପରିବାରର ପିଲାମାନେ ପାଇବେ କାଳିଆ ଛାତ୍ରବୃତ୍ତି
  • ଚାଷୀ ମାନଙ୍କ ଖୁସିରେ ମୁଁ ଖୁସି, ଚାଷୀ ଭାଇଙ୍କ ସମୃଦ୍ଧି ହିଁ ରାଜ୍ୟର ସମୃଦ୍ଧି : ମୁଖ୍ୟମନ୍ତ୍ରୀ
  • ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ, ଯେଉଁଠି ଭୂମିହୀନ ଚାଷୀ ମାନଙ୍କୁ ଅର୍ଥିକ ସହାୟତା ଦିଆଯାଉଛି : ୫-ଟି ଅଧ୍ୟକ୍ଷ
  • ଗତ ୫ ବର୍ଷରେ ଚାଷୀମାନେ ୧୩,୭୯୩ କୋଟି ଟଙ୍କା କାଳିଆ ସହାୟତା ପାଇଛନ୍ତି ବୋଲି ୫-ଟି ଅଧ୍ୟକ୍ଷଙ୍କ ସୂଚନା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି । ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ବୈଷୟିକ ସହାୟତା ପ୍ରଦାନ କରିବା ପାଇଁ କାଳିଆ କେନ୍ଦ୍ର ମଧ୍ୟ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭାଇଭଉଣୀ ମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ପ୍ରତ୍ୟେକ ଚାଷୀ ପରିବାର ସମ୍ମାନ ସହ ବଞ୍ଚନ୍ତୁ, ସଶକ୍ତ ହୁଅନ୍ତୁ ଏବଂ ଓଡିଶାର ସମୃଦ୍ଧିରେ ଯୋଗଦାନ ରଖନ୍ତୁ । ମୁଖ୍ୟମନ୍ତ୍ରୀ ଏହି ଅବସରରେ କାଳିଆ ଯୋଜନାର ସମୟ ଅବଧି ଆଉ ୩ ବର୍ଷ ଅର୍ଥାତ ୨୦୨୬-୨୭ ପର୍ଯ୍ୟନ୍ତ ବୃଦ୍ଧି କରାଗଲା ବୋଲି ଘୋଷଣା କରିଥିଲେ । ଏଥିପାଇଁ ରାଜ୍ୟ ସରକାର ୬୦୩୦ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ସେ କହିଥିଲେ । ସେ ଆହୁରି ମଧ୍ୟ କହିଥିଲେ ଯେ ଶିକ୍ଷା କେବଳ ଗୋଟିଏ ବ୍ୟକ୍ତିକୁ ନୁହେଁ, ପୁରା ପରିବାରକୁ, ସମାଜକୁ ସଶକ୍ତି କରିଥାଏ । ତେଣୁ କାଳିଆ ହିତାଧିକାରୀ ପିଲାମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରୁ କାଳିଆ ଛାତ୍ରବୃତ୍ତି କାର୍ଯ୍ୟକ୍ରମରେ ପରିବର୍ତ୍ତନ ଆଣି ଘଓଞ, ଓଓଞ, ଓଓଗ, ଇଓଓଗଝ, ଓଉଇଜ ପରି ସମ୍ମାନଜନକ ଶିକ୍ଷାନୁଷ୍ଠାନ ସହ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ଘରୋଇ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ପଢୁଥିବା ଚାଷୀ ପରିବାରର ପିଲାମାନଙ୍କୁ କାଳିଆ ଛାତ୍ରବୃତ୍ତି ପ୍ରଦାନ କରାଯିବ । ଚାଷୀମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଓ ସେମାନଙ୍କୁ କୃଷି ସମ୍ବନ୍ଧୀୟ ବୈଷୟିକ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ଆଜି ମଧ୍ୟ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍‌ଘାଟନ କରି କହିଛନ୍ତି ଯେ ଏଗୁଡିକ କୃଷି କ୍ଷେତ୍ରରେ ଅଭିନବ ଚିନ୍ତାଧାରା ଓ ସମ୍ବଳ କେନ୍ଦ୍ର ଭାବରେ କାମ କରିବ । ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ଭୂମିହୀନ ଚାଷୀ ପରିବାରକୁ ଚଳିତ ଖରିଫ ଋତୁ ପାଇଁ ଅତିରିକ୍ତ ଦୁଇ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବରୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ପ୍ରଦାନ କରାଯାଇଥିଲା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଭୂମିହୀନ ଚାଷୀ ପରିବାର ଉପକୃତ ହେବେ । ସମୁଦାୟ ୩୬୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ସେହିପରି ମୁଖ୍ୟମନ୍ତ୍ରୀ ଖରିଫ-୨୦୨୪ ପାଇଁ ରାଜ୍ୟର ଚାଷୀ ଭାଇଭଉଣୀ ମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ଦୁଇ ହଜାର ଟଙ୍କା ପ୍ରଦାନ କରିଛନ୍ତି । ଏହାଦ୍ୱାରା ୪୫ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ଚାଷୀ ଭାଇର ସମୃଦ୍ଧି ହିଁ ରାଜ୍ୟର ସମୃଦ୍ଧି ହିଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଥିଲେ । ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ ଯେ ୫ ବର୍ଷ ପୂର୍ବେ ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ କାଳିଆ ଯୋଜନା ଶ୍ରୀକ୍ଷେତ୍ର ପୁରୀରୁ ଆରମ୍ଭ ହୋଇଥିଲା । ଏହି ଯୋଜନା ଜାତୀୟ ସ୍ତରରେ ଉଚ୍ଚ ପ୍ରଶଂସିତ ହେବା ସହିତ ଓଡିଶାର ଚାଷୀ ଭାଇଭଉଣୀ ମାନଙ୍କ ପାଇଁ ସହାୟକ ହୋଇପାରିଛି । ରାଜ୍ୟରେ ଚାଷୀ ଭାଇମାନଙ୍କ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଏହାର ଆକାର ଓ ପରିମାଣକୁ କ୍ରମାଗତ ଭାବେ ସଂପ୍ରସାରଣ କରୁଛନ୍ତି ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କେ. ପାଣ୍ଡିଆନ କହିଥିଲେ ଯେ ୨୦୧୯ ମସିହାରେ ଏହି ଐତିହାସିକ କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଇତିମଧ୍ୟରେ ୬୪ ଲକ୍ଷ ଚାଷୀ ଭାଇ ଏହି ଯୋଜନାରେ ସାମିଲ ହୋଇଛନ୍ତି । ଗତ ୫ ବର୍ଷ ମଧ୍ୟରେ ୧୩,୭୯୩ କୋଟି ଟଙ୍କାର ସହାୟତା ସେମାନଙ୍କ ବ୍ୟାଙ୍କ ଖାତାକୁ ଯାଇଛି । ଚାଷୀଙ୍କୁ ସଶକ୍ତ କରିବା ପାଇଁ ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ବହୁତ ବଡ ପଦକ୍ଷେପ । ଭାରତ ବର୍ଷରେ ଓଡିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠି ଭୂମିହୀନ ଚାଷୀ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପି.କେ ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

15 − four =