om academy

ଭଦ୍ରକ ନାବାଳକ ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

jsm
  • ସାମାଜିକ ଗଣ ମାଧ୍ୟମରୁ ପାଇଲେ ସୂଚନା
  • ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନଥିଲେ । ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ତାଙ୍କ ପରିବାରକୁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ଡାକ୍ତରୀ ଦଳ ବାବୁଲିଙ୍କ ଗ୍ରାମରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି । ସ୍ୱାସ୍ଥ୍ୟ ପରୀକ୍ଷା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କ କଟକ ଏସ୍‌ସିବି ମେଡିକାଲ୍‌କୁ ନେବା ପାଇଁ ବ୍ୟବସ୍ଥା କରାଯାଇଛି । ଜିଲ୍ଲା ପ୍ରଶାସନ ବାବୁଲିଙ୍କ ପରିବାରକୁ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବାକୁ ଯୋଗାଯୋଗରେ ଅଛନ୍ତି ।

Leave A Reply

Your email address will not be published.