ବାରିପଦା ବସ୍ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ : ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

  • ମାଗଣାରେ ଆହତଙ୍କ ଉପଯୁକ୍ତ ଚିକିତ୍ସା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି । ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଘଟଣାରେ ଆହତମାନଙ୍କ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ବିନା ଖର୍ଚ୍ଚରେ କରିବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ସମସ୍ତ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.