oum

କୋଭିଡ ଜନିତ ମୃତ୍ୟୁ ଯୋଗୁଁ ସାମ୍ବାଦିକଙ୍କ ପରିବାରକୁ ସହାୟତା

jsm

ଖୋର୍ଦ୍ଧା, (କେପିଏନ୍‌ଏସ୍‌) : କରୋନା ଆକ୍ରାନ୍ତ ହେବା ଯୋଗୁଁ ବୈଦ୍ୟୁତିକ ଗଣମାଧ୍ୟମ ନିଉଜ-୧୮ର ଭୁବନେଶ୍ୱର ପ୍ରତିନିଧି ପ୍ରବୀର କୁମାର ପ୍ରଧାନଙ୍କ ମୃତ୍ୟୁ ହୋଇଥିଲା । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ରାଜ୍ୟ ସରକାର ୧୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ସ୍ୱର୍ଗତ ପ୍ରବୀର କୁମାର ପ୍ରଧାନଙ୍କ ପତ୍ନୀଙ୍କୁ ପ୍ରଦାନ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ଆଜି ୧୫ ଲକ୍ଷ ଟଙ୍କାର ଚେକ୍‌ ପ୍ରବୀରଙ୍କ ପତ୍ନୀ ସସ୍ମିତା ସ୍ୱାଇଁଙ୍କୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଦାନ କରିଥିବା ନେଇ ସୂଚନା ପ୍ରଦାନ କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ମାନସ ବିଶ୍ୱାଳ ।

Leave A Reply

Your email address will not be published.