tur
shyamlal

ଗଞ୍ଜାମ ଜିଲ୍ଲାସ୍ତରୀୟ ଧାନଚାଷୀ ମେଳାରେ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଅନସ୍ଲୋ ହାଇସ୍କୁଲ ପଡିଆରେ ଗଞ୍ଜାମ ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଚାଷୀଙ୍କୁ କ୍ଵିଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ପ୍ରଦାନ ଉପରେ ରାଜ୍ୟ ବଜେଟରୁ ୮୦୦ ଟଙ୍କା ଇନ୍-ପୁଟ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଜିଲ୍ଲାର ସୋହେଲା ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହାର ଭର୍ଚୁଆଲ୍ ମାଧ୍ୟମରେ ଏକ ବିଶାଳ ସମାବେଶ ଉକ୍ତ ମିନି ଷ୍ଟାଡିୟମରେ ଆୟୋଜନ ହୋଇଥିଲା । ଛତ୍ରପୁରଠାରେ ଆୟୋଜିତ ଏହି ସମାବେଶରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ ଏକ ମେଗା କାର୍ଯ୍ୟକ୍ରମ ଆୟୋଜିତ ହୋଇ ଭିଡିଓ ମାଧ୍ୟମରେ ଏଲ୍.ଇ.ଡି. ପ୍ରଚ୍ଛଦରେ ପ୍ରଦର୍ଶିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ରାଜ୍ୟ ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ କୃଷକ ମାନଙ୍କ କଲ୍ୟାଣ ପାଇଁ ଏହି ସରକାର ପ୍ରତିଶ୍ରୁତି ବଦ୍ଧ ବୋଲି ମତବ୍ୟକ୍ତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଛତ୍ରପୁର ଏନ୍.ଏ.ସି. ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା, ଜିଲ୍ଲା ଯୋଗାଣ ବିଭାଗ ଅଧିକାରୀ ପୁଷା ମୁଣ୍ଡାଙ୍କ ସମେତ ଜିଲ୍ଲାର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଓ ପଦାଧିକାରୀ ଯୋଗଦେଇ ଚାଷୀମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରମୁଖ ବିଭାଗୀୟ ଅଧିକାରୀଙ୍କ ସହ ଜିଲ୍ଳାର ଅନ୍ୟୂନ ୩ ଜଣ ଆଦର୍ଶ ଚାଷୀମାନେ ସଭା ମଞ୍ଚରେ ମଞ୍ଚାସୀନ ହୋଇଥିଲେ । ଏହି ଚାଷୀ ସମାବେଶରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.