କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ନିଆଁ

କୋରାପୁଟ, (ସୁନାମ ହନ୍ତାଳ) : କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ୍‌ର ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ସଟ୍‌ ସର୍କିଟ୍‌ ଯୋଗୁଁ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ରୋଗୀ । କୋରାପୁଟ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ମାତୃ ଓ ଶିଶୁ ସ୍ୱାସ୍ଥ୍ୟକେନ୍ଦ୍ରରେ ଥିବା ସମସ୍ତ ନବଜାତ ଶିଶୁ ଓ ମା’ ମାନଙ୍କୁ ଅନ୍ୟ ବିଭାଗକୁ ସ୍ଥାନାନ୍ତର କରାଯାଉଛି । କେଉଁ କାରଣରୁ ସଟ୍‌ ସର୍କିଟ୍‌ ହୋଇ ନିଆଁ ଲାଗିଲା ତାହା ଜଣାପଡି ନାହିଁ । ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏହି ମେଡିକାଲ୍‌ ଉପରେ ଅବିଭକ୍ତ କୋରାପୁଟ ଜିଲ୍ଲା ସମେତ ପଡୋଶୀ ରାଜ୍ୟ ଛତିଶଗଡର ରୋଗୀ ଚିକିତ୍ସା ପାଇଁ ଆସୁଛନ୍ତି । ଆଜି ହଠାତ୍‌ ବିଦ୍ୟୁତ୍‌ ସଟ୍‌ ସର୍କିଟ୍‌ ହେବା ଯୋଗୁଁ କିଛି ରୋଗୀ ଜୀବନ ବିକଳରେ ବାହାରକୁ ପଳାଇ ଆସିଥିଲେ । କାହାର କିଛି କ୍ଷତି ହୋଇ ନଥିବା ସୂଚନା ମିଳିଛି । କୋରାପୁଟ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ନିଆଁକୁ ଆୟତ୍ତ କରିଥିଲେ ।

Leave A Reply

Your email address will not be published.