
ମାଲକାନଗିରି : ଛତିଶଗଡ଼ର ସୁକମା ଜିଲ୍ଲାର କୋଣ୍ଟା ଅଞ୍ଚଳରେ ଆଇଇଡି ବିସ୍ଫୋରଣ । ନକ୍ସଲଙ୍କ ଖଞ୍ଜି ଥିବା ଆଇଇଡି ହଠାତ୍ ବିସ୍ଫୋରଣ ହେବାରୁ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେ ସହିଦ ହୋଇଛନ୍ତି । କୋଣ୍ଟା ପୋଲିସ ଷ୍ଟେସନ ଇନଚାର୍ଜ (ଟିଆଇ) ଓ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ପାଟ୍ରୋଲିଂରେ ବେଳେ ଏଭଳି ଅଘଟଣ ଘଟିଛି । ଆକାଶ ରାଓ ଗିରପୁଞ୍ଜେଙ୍କ ସହିଦ ହେବା ପରେ ସମଗ୍ର ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି । ବର୍ତ୍ତମାନ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର ଜାରି ରହିଛି । ଛତିଶଗଡ଼ର ସୁକମା ଜିଲ୍ଲାର କୋଣ୍ଟା ଏରାବୋରା ଅଞ୍ଚଳରେ ପୋଲିସ ଦଳ ପାଟ୍ରୋଲିଂରେ ବାହାରିଥିଲେ । ଏହି ପାଟ୍ରୋଲିଂରେ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେ ସହ କୋଣ୍ଟା ପୋଲିସ ଷ୍ଟେସନ ଇନଚାର୍ଜ ଏବଂ ଏସଡିପିଓ ମଧ୍ୟ ସାମିଲ୍ ହୋଇଥିଲେ । ପାଟ୍ରୋଲିଂ ଚାଲିଥିବା ବେଳେ କୋଣ୍ଟା ଅଞ୍ଚଳରେ ମାଓବାଦୀମାନେ ଖଞ୍ଜିଥିବା ଆଇଇଡି ହଠାତ୍ ବିସ୍ଫୋରଣ ହୋଇଥିଲା । ଯେଉଁ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେ ଗୁରୁତର ଆହତ ହୋଇଥିଲେ । ଅନ୍ୟମାନେ ଯବାନ ଓ ଅଧିକାରୀ ଆହତ ହୋଇଥିଲେ । ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠା ଚିକିତ୍ସାଧିନ ଅବସ୍ଥାରେ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏହି ଅଘଟଣ ପରେ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜୋରଦାର କରାଯାଉଥିବା ସୂଚନା ମିଳିଛି ।