pakka

ଆତଙ୍କବାଦୀ ଆକ୍ରମଣରେ ସହିଦ ହେଲେ ଦେବାଶିଷ ବିଶ୍ୱାଳ : ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

bbehera

ପୁରୀ/ସାକ୍ଷୀଗୋପାଳ/ଭୁବନେଶ୍ୱର : ଜମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ସହିଦ ହୋଇଥିବା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ନିଜର ଟ୍ୱିଟରରେ ସେ ଲେଖିଛନ୍ତି, ଜମ୍ମୁ କାଶ୍ମୀରର ପୁଞ୍ଛରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ସହିଦ ହୋଇଥିବା ଖବର ଅତ୍ୟନ୍ତ ଦୁଃଖଦାୟକ । ଦେଶର ସୁରକ୍ଷାରେ ତାଙ୍କର ବଳିଦାନ ସବୁବେଳେ ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।

ସୂଚନାଯୋଗ୍ୟ ଯେ, ଗତକାଲି ଜମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼ରେ ଏକ ସେନା ଗାଡ଼ି ଜଳି ଯାଇଥିଲା । ଏହାଫଳରେ ୫ ଜଣ ଯବାନ ସହିଦ ହୋଇଯାଇଥିଲେ । ନିହତ ଯବାନଙ୍କ ମଧ୍ୟରେ ଥିଲେ ଜଣେ ଓଡ଼ିଆ ପୁଅ । ସେ ହେଲେ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଥାନା ଅନ୍ତର୍ଗତ ଅଳଗୁମ ଖଣ୍ଢାୟତସାହିର ଦେବାଶିଷ ବିଶ୍ୱାଳ(୨୮) । ପ୍ରତାପ ବିଶ୍ୱାଳ ଓ ମମତା ବିଶ୍ୱାଳଙ୍କ ବଡ଼ପୁଅ ଦେବାଶିଷ ପ୍ରାୟ ୧୦ ବର୍ଷ ତଳେ ସେନାରେ ଭର୍ତ୍ତି ହୋଇଥିଲେ । ୨୦୨୨ ମସିହା ମେ ମାସ ୪ ତାରିଖରେ ତାଙ୍କର ସଙ୍ଗୀତା ବିଶ୍ୱାଳଙ୍କ ସହ ବିବାହ ହୋଇଥିଲା ଓ ସେମାନଙ୍କର ଏକ ଛୋଟ ଝିଅ ଅଛି । ଆତଙ୍କବାଦୀ ଆକ୍ରମଣରେ ଦେବାଶିଷଙ୍କ ଆକସ୍ମିକ ମୃତ୍ୟୁ ଖବର ତାଙ୍କର ଜଣେ ସାଙ୍ଗ ପରିବାରକୁ ଖବର ଦେବାପରେ ଗ୍ରାମରେ ଶୋକର ଲହରି ଖେଳିଯାଇଛି ।

jay balangir
Leave A Reply

Your email address will not be published.

17 − 16 =

error: Content is protected !!