ଭୁବନେଶ୍ୱର, (କେପିଏନ୍ଏସ୍) : ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ତିଥିରେ ଓଡ଼ିଶା ବିଧାନସଭା ପ୍ରାଙ୍ଗଣରେ ରାଜ୍ୟସ୍ତରୀୟ ଶହିଦ୍ ଦିବସ ପାଳନ କରାଯାଇଛି । ଓଡ଼ିଶାର ମହାମାନ୍ୟ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ପୋଲିସ୍ ବାହିନୀ ଦ୍ବାରା ଶହିଦମାନଙ୍କୁ ସମ୍ମାନିତ କରାଯାଇଥିଲା । ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଗାନ୍ଧିଜୀଙ୍କ ପ୍ରିୟ ଭଜନ ରାମଧୁନ୍ ପରିବେଷଣ କରାଯାଇଥିଲା ।