କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରର ବିକାଶ ପାଇଁ ନିଜ ଦରମାରୁ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପ୍ରଦାନ କଲେ

ପୁରୀ : ରବିବାର ଶ୍ରୀମନ୍ଦିର ପ୍ରଶାସନକୁ ବ୍ୟକ୍ତିଗତ ଭାବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରର ବିକାଶ ପାଇଁ ନିଜ ଦରମାରୁ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପ୍ରଦାନ କରି ସମଗ୍ର ହିନ୍ଦୁ ସମାଜ ବିଶେଷ ଭାବରେ ଓଡ଼ିଶାବାସୀଙ୍କୁ ପୁରୀ ତଥା ଶ୍ରୀମନ୍ଦିର ବିକାଶ ପାଇଁ ସହଯୋଗ କରିବା ପାଇଁ ଆଗେଇ ଆସିବାକୁ ନିବେଦନ କରିଛନ୍ତି । ରବିବାର ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଶ୍ରୀକ୍ଷେତ୍ର ପୁରୀ ଧାମର ବିକାଶ ଆରମ୍ଭ ହୋଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ସମଗ୍ର ହିନ୍ଦୁ ସମାଜର ଶ୍ରଦ୍ଧାର କେନ୍ଦ୍ର ଓ ସାଢେ ୪ କୋଟି ଓଡ଼ିଆ ଲୋକଙ୍କ ହୃଦୟର ସ୍ପନ୍ଦନ ସହ ଯୋଡ଼ି ହୋଇରହିଛି । ମୁଁ ମଧ୍ୟ ଶ୍ରୀମନ୍ଦିର ବିକାଶ ପାଇଁ ୧ ଲକ୍ଷ ଟଙ୍କାର ଯୋଗଦାନ ଦେଇ ଗୁଣ୍ଡୁଚି ମୂଷା ସଦୃଶ ବାଲି ଝାଡ଼ିବାର ସୌଭାଗ୍ୟ ଲାଭ କଲି । ଶ୍ରୀ ପ୍ରଧାନ ଆଉ ମଧ୍ୟ ଳ କହିଛନ୍ତି ଯେ, ସମଗ୍ର ହିନ୍ଦୁ ସମାଜ ଓ ଓଡ଼ିଆ ଭାଇ ଭଉଣୀଙ୍କୁ ନିଜ ସାମର୍ଥ୍ୟ ଅନୁସାରେ ଶ୍ରୀମନ୍ଦିରର ବିକାଶ ପାଇଁ ସହଯୋଗ କରିବା ଦରକାର । ଏକବିଂଶ ଶତାବ୍ଦୀରେ ଏହି ଦାୟିତ୍ୱକୁ ପୂରା କରିବା ପାଇଁ ଓଡ଼ିଶାବାସୀଙ୍କୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି ।

Leave A Reply

Your email address will not be published.