
କଟକ : ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଗୁଡିକ ସକାଳୁଆ କରିବା ସମ୍ପର୍କରେ ପଦକ୍ଷେପ ଗ୍ରହଣ କରାଯିବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରକାଶ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ଆଲୋଚନା କରାଯାଇ ସମ୍ଭାବ୍ୟ ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ତେବେ ମନ୍ତ୍ରୀ କହିଛନ୍ତି ଯେ, ଦିନକୁ ଦିନ ତାତି ବଢ଼ୁଛି । ସରକାର ଏନେଇ ଅବଗତ ଅଛନ୍ତି । କେବେ ସକାଳୁଆ ସ୍କୁଲ୍ ହେବ ରାଜସ୍ୱ ବିଭାଗ ସହ ଆଲୋଚନା ହେବା ପରେ ଏହା ଉପରେ ନିଶ୍ଚୟ ନିଷ୍ପତ୍ତି ନେବୁ