ଜିଲ୍ଲାସ୍ତରୀୟ ଆଇନ ସାକ୍ଷରତା ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅନ୍‌ଲାଇନ୍‌ ମାଧ୍ୟମରେ ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ପକ୍ଷରୁ ଜିଲ୍ଲାସ୍ତରୀୟ ଇ-ଆଇନ ସାକ୍ଷରତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଜଜ୍‌ ଲୋକନାଥ ମହାପାତ୍ର ଏଥିରେ ଅଧ୍ୟକ୍ଷତା କରିଥିଲେ । ଜିଲ୍ଲା କୋର୍ଟ ପରିସରରେ ଥିବା ଏଡିଆର୍‌ ସଭାଗୃହରେ ପ୍ରତ୍ୟକ୍ଷ ସେବା ମାଧ୍ୟମରେ ଏକାଙ୍କିକା ଅଭିନୟ, ପ୍ରବନ୍ଧ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଛାତ୍ରଛାତ୍ରୀଙ୍କ ମଧ୍ୟ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ୧୯ଟି ହାଇସ୍କୁଲର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଏହି ସମସ୍ତ ବିଭାଗର ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ସେପ୍ଟେମ୍ବରରେ ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ଆଂଚଳିକ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଦେବାଶିଷ ଦାଶ ପ୍ରକାଶ କରିଥିଲେ । ବରିଷ୍ଠ ସିଭିଲ୍‌ ଜଜ୍‌ ଜ୍ୟୋତିରଂଜନ ଦାଶ ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଇଂରାଜୀ ବିଭାଗ ଅଧ୍ୟାପକ ପ୍ରମୋଦ ଚନ୍ଦ୍ର ଦୋରା ଯୋଗ ଦେଇଥିଲେ ।

Leave A Reply

Your email address will not be published.