ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ଠେମରା ସରପଞ୍ଚ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଠେମରା ଗ୍ରାମ ସ୍ଥିତ ନରିହାପଡାର ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି ଠେମରା ପଞ୍ଚାୟତ ସରପଞ୍ଚ ତଥା ଯୁବ ନେତା ଲକ୍ଷ୍ମୀକାନ୍ତ ବାଗ । ନରିହାପଡାର ଜଣେ ବୃଦ୍ଧ ଲକ୍ଷ୍ମଣ ବଚ୍ଛା(୬୦)ଙ୍କ ହଠାତ୍‌ କୌଣସି କାରଣରୁ ତାଙ୍କର ମୃତ୍ୟୁ ହୋଇଥିଲା । ଏହି ଖବର ପ୍ରଚାରିତ ହେବା ପରେ ଅଂଚଳରେ ଶୋକର ଛାୟା ଖେଳି ଯାଇଛି । ମୃତ୍ୟୁ ଖବର ପାଇ ଠେମରା ପଞ୍ଚାୟତ ସରପଞ୍ଚ ଲକ୍ଷ୍ମୀକାନ୍ତ ବାଗ ମୃତକଙ୍କ ଘରେ ପହଞ୍ଚି ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ କିପରି ଭାବେ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ କରାଯିବ ସେ ନେଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଶ୍ରୀ ବାଗ ଶ୍ମଶାନକୁ ପହଞ୍ଚି ଶେଷ ଦର୍ଶନ କରିଥିଲେ । ପରିବାରର ମୁଖ୍ୟଙ୍କ ମୃତ୍ୟୁ ହେବା ପରେ ବେସାହାରା ହୋଇ ଯାଇଛନ୍ତି ପରିବାର ଲୋକେ । ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବୀ ହେଉଛି ।

jittmm
Leave A Reply

Your email address will not be published.