csstore

ଫଲସାମାଲରେ ଆଦିବାସୀ ସମାବେଶ

ଲୋଇସିଂହା, (ଶ୍ୟାମସୁନ୍ଦର ମେହେର) : ଲୋଇସିଂହା ବ୍ଲକ୍‌ ୩୪ ନମ୍ବର ଜିଲ୍ଲା ପରିଷଦ ଜୋନ୍‌ ଅନ୍ତର୍ଗତ ଫଲସାମାଲ ଗାଁ ଠାରେ ଜୋନ୍‌ ସ୍ତରୀୟ ଆଦିବାସୀ ସମାବେଶ ଅନୁଷ୍ଠିତ ହୋଇଛି । କୈଳାଶ ବରିହାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଶ୍ରୀ ବିଶି ଉଦ୍‌ବୋଧନରେ ପ୍ରକାଶ କରିଥିଲେ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁଲାଇ ମାସରୁ ମାସିକ ବିଦ୍ୟୁତ୍‌ ଦେୟ ଛାଡ଼ ପାଇଁ ଘୋଷଣା କରିଥିବାରୁ ଗ୍ରାମାଞ୍ଚଳର ପ୍ରାୟ ସମସ୍ତ ପରିବାର ବିଦ୍ୟୁତ୍‌ ବିଲ୍‌ ପୈଠ କରିବାରୁ ସୁରକ୍ଷିତ ରହିବେ । ଅନୁସୂଚିତ ଜନଜାତି ମାନଙ୍କ ବିକାଶ ପାଇଁ ବଲାଙ୍ଗିରରେ ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ଗଠନ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଆଦିବାସୀ ଭବନ ନିର୍ମାଣ ପାଇଁ ଶହେ କୋଟି ଟଙ୍କା ପ୍ରଦାନ କରିଛନ୍ତି । ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀ ମାନଙ୍କୁ ଷ୍ଟାଇପେଣ୍ଡ ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଦିବାସୀ ମାନଙ୍କ ଉପରୁ ମୁଖ୍ୟମନ୍ତ୍ରୀ ପଚାଶ ହଜାର ଜଙ୍ଗଲ ବିଭାଗ, ଅବକାରୀ ବିଭାଗ, ପୋଲିସ ବିଭାଗ ମକଦ୍ଦମା ପ୍ରତ୍ୟହାର ଘୋଷଣା ଭାରତରେ ପ୍ରଥମ ଘଟଣା, ଜଙ୍ଗଲଜାତ ଦ୍ରବ୍ୟ ବିକ୍ରୟ ପାଇଁ ଏମ୍‌ଏସ୍‌ପି ପ୍ରଦାନ, ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ବୋନସ୍‌, ଖାଦ୍ୟ ସୁରକ୍ଷା ଯୋଜନାରେ ଆହାର କେନ୍ଦ୍ର ବ୍ୟବସ୍ଥା, ସାମାଜିକ ନିରାପତ୍ତା ପାଇଁ ଭତ୍ତା ବୃଦ୍ଧି, ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ସକାଶେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବର୍ଷକୁ ମହିଳାଙ୍କ ପାଇଁ ଦଶ ଲକ୍ଷ ଏବଂ ପୁରୁଷ ମାନଙ୍କୁ ୫ ଲକ୍ଷ ଟଙ୍କା ସହାୟତା, ମିଶନଶକ୍ତି ଜରିଆରେ ମହିଳା ସ୍ୱୟଂ ସହାୟକ ଦଳ ପାଇଁ ବିନା ସୁଧରେ ୧୫ ଲକ୍ଷ ଟଙ୍କା ଋଣ, କାଳିଆ ଯୋଜନା, ବଳିଆ ଯୋଜନାରେ କୃଷକ ଏବଂ ବୁଣାକାର ମାନଙ୍କୁ ପ୍ରୋତ୍ସାହନ ରାଶି ସହ ବିନା ସୁଧରେ ଋଣ, ନିର୍ମାଣ ଶ୍ରମିକ ସୁରକ୍ଷା ପାଇଁ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଆର୍ଥିକ ସହାୟତା, ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ସହାୟତା, ୫ ଟି ସ୍କୁଲ କଲେଜ୍‌ରେ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା, ସବୁ ଗାଁକୁ ବିଜୁଳି, ପାଣି, ପକ୍କା ରାସ୍ତା ସୁବିଧା, ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଜନ ହିତକାରୀ ଯୋଜନା, ବିଷୟରେ ଆଲୋକପାତ କରିଥିଲେ । ଓଡିଶାର ଚାଳିଶ ପ୍ରତିଶତ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟ ତଥା ଦେଢ଼ କୋଟିରୁ ଅଧିକ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତିଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ଠାର ସହିତ କାର୍ଯ୍ୟ କରୁଛନ୍ତି ତେଣୁ ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ବଲାଙ୍ଗିର ଲୋକସଭା ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂଭୋଇ ଏବଂ ଲୋଇସିଂହା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଅନୁସୂଚିତ ଜନଜାତି ବର୍ଗର ନେତା ନିହାର ବେହେରାଙ୍କୁ ଜିତାଇବା ସହିତ ଭୋଟର୍‌ ଭାଇଭଉଣୀ ନିବେଦନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଜେଡ଼ି ପ୍ରାର୍ଥୀ ନିହାର ରଞ୍ଜନ ବେହେରା ମଧ୍ୟ ଯୋଗଦେଇ ଭୋଟ୍‌ ଭିକ୍ଷା କରିଥିଲେ ।

jayashree
Leave A Reply

Your email address will not be published.