oom

ଆସନ୍ତା ୧୮ ଓ ୧୯ରେ ଭୁବନେଶ୍ୱରଠାରେ ଆୟୋଜିତ ହେବ ଦୁଇ ଦିନିଆ ପ୍ରତିରକ୍ଷା ପେନ୍‌ସନ୍ ଅଭିଯୋଗ ସମାଧାନ ଶିବିର

jsmm

ଭୁବନେଶ୍ୱର, (ପିଆଇବି) : ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ୱର ନୟାପଲ୍ଲୀ ବିଦ୍ୟୁତ ମାର୍ଗସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା ପେନ୍‌ସନ୍‌ ଅଭିଯୋଗ ସମାଧାନ ଶିବିର ଆୟୋଜନ କରାଯିବ । ପ୍ରତିରକ୍ଷା ସିଭିଲିୟାନଙ୍କ ସମେତ ପ୍ରତିରକ୍ଷା ପେନ୍‌ସନ୍‌ଭୋଗୀଙ୍କର ବିଭିନ୍ନ ସମସ୍ୟା ଏହି ଶିବିରରେ ସମାଧାନ କରାଯିବ । ପ୍ରତିରକ୍ଷା ମନ୍ତ୍ରଣାଳୟ, ତିନି ସେନା ମୁଖ୍ୟାଳୟ, ପ୍ରତିରକ୍ଷା ଲେଖା ବିଭାଗ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓ କୋଷାଗାର ଅଧିକାରୀ, ପେନ୍‌ସନ୍‌ଭୋଗୀ ଓ ସେମାନଙ୍କର ପରିବାରବର୍ଗ ଏହି ଶିବିରରେ ଯୋଗଦେବେ । ୧୮ ତାରିଖ ପୂର୍ବାହ୍ନ ୧୦ଟାରୁ ପେନ୍‌ସନ୍‌ ଶିବିର ଆରମ୍ଭ ହେବ । ପେନ୍‌ସନ୍‌ ସଂକ୍ରାନ୍ତ ସମସ୍ୟା ରହିଥିବା ଅବସରପ୍ରାପ୍ତ ପ୍ରତିରକ୍ଷା କର୍ମଚାରୀ, ଅଧିକାରୀ, ପ୍ରତିରକ୍ଷା ସିଭିଲିୟାନ କର୍ମଚାରୀମାନେ ଆବଶ୍ୟକ ଜରୁରୀ କାଗଜପତ୍ର ସହ ଉପରୋକ୍ତ ଠିକଣାରେ ସକାଳ ସାଢେ ୮ଟା ସୁଦ୍ଧା ଉପସ୍ଥିତ ହେବାକୁ କୁହାଯାଇଛି ।

jittmm
Leave A Reply

Your email address will not be published.