
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିର ରେଭିନ୍ୟୁ ବଙ୍ଗଳା ନିକଟରେ ଥିବା ଶନିଶ୍ଚର ମନ୍ଦିରର ୧୪ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବ ମନ୍ଦିର ପରିଚାଳନା କମିଟି ସଭାପତି ହରିହର ନାୟକ ଏବଂ ସମ୍ପାଦକ ରବିନାରାୟଣ ପାଣିଗ୍ରାହୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଦିନତମାମ ପୂଜା ଅର୍ଚ୍ଚନା ସହ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଟିକାବାଲି ଅଞ୍ଚଳରେ ଥିବା ଶତାଧିକ ଶ୍ରଦ୍ଧାଳୁ ଭକ୍ତ ଉପସ୍ଥିତ ରହି ଏହି ମାଙ୍ଗଳିକ କାର୍ଯ୍ୟରେ ସହଯୋଗ କରିଥିଲେ । ଏହି କାର୍ଯ୍ୟରେ ମନ୍ଦିର ପରିଚାଳନା କମିଟି ସଦସ୍ୟ ଗୋପାଳ ପଣ୍ଡା, ଅଜିତ ପ୍ରଧାନ, ପଞ୍ଚାନନ ପାଣିଗ୍ରାହୀ, ରବି ପାଣିଗ୍ରାହୀ ଏବଂ ଅନ୍ୟାନ୍ୟ ସଦସ୍ୟ ବୃନ୍ଦ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।