jayashree

ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ମହଜୁଦ ଅଛି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ମହଜୁଦ ଅଛି । ଅତ୍ୟାବଶ୍ୟକ ସାମଗ୍ରୀର ବେଆଇନ ମହଜୁଦ ଓ କଳାବଜାରୀ ଉପରେ ରାଜ୍ୟ ସରକାର କଡା ନଜର ରଖିଛନ୍ତି । ଏଥି ନିମନ୍ତେ ଯାଞ୍ଚ ବ୍ୟବସ୍ଥା କଡାକଡି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଚାଉଳ, ଡାଲି, ଖାଇବା ତେଲ, ଆଳୁ ପିଆଜ ଓ ଚିନି ଇତ୍ୟାଦି ଖାଉଟି ସାମଗ୍ରୀ ଆବଶ୍ୟକ ଠାରୁ ଅଧିକ ମହଜୁଦ ଅଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.