pakka

ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ପାଳିତ

bbehera

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସାରା ଦେଶରେ ସ୍କୁଲ, କଲେଜ ଓ ବିଭିନ୍ନ ଶିକ୍ଷାନୁଷ୍ଠାନରେ ନଭେମ୍ବରର ଚତୁର୍ଥ ରବିବାରକୁ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ପାଳନ ଅବସରରେ ଡେଲାଙ୍ଗର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ମହତାବ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଶାରୀରିକ ଶିକ୍ଷକ ନଟବର ସେଠୀଙ୍କ ତତ୍ୱାବଧାନରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ପ୍ରଧାନଶିକ୍ଷକ ଦେବନ୍ଦ୍ର ମଲ୍ଲିକ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟଅତିଥି ରୂପେ ମଣ୍ଡଳ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ଷଡଙ୍ଗୀ ଯୋଗଦେଇ ଏନ୍‌ସିସି ପତକା ଉତ୍ତୋଳନ କରିବା ସହ ସମର ଶିକ୍ଷାର୍ଥୀ ବାହିନୀଙ୍କୁୁ ସମ୍ବୋଧନ କରି ମାତୃଭୂମି ସୁରକ୍ଷା ଓ ଦେଶ ସେବାରେ ନିୟୋଜିତ ହେବା ପାଇଁ ଆହ୍ୱାନ ଦେଇଥିଲେ । ସମ୍ମାନିତ ଅତିଥି ରୂପେ ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ତ୍ରପାଠୀ, ଦିଲ୍ଲୀପ କୁମାର ଧାଉଡିଆ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନବଘନ ପରିଡା, ସାମାଜିକ କର୍ମୀ ପ୍ରଦୀପ ନାୟକ, ସିଦ୍ଧାର୍ଥ ବଳବନ୍ତରାୟ ପ୍ରମୁଖ ଯୋଗଦେଇ ଶିକ୍ଷାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ । ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିଲେ । ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

ten + five =